Masthead

ଆଜି ୧୧ ଲକ୍ଷ ଲକ୍ଷପତି ଦିଦି ହେବେ ଉପକୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ମହିଳାଙ୍କ ଆକାଉଣ୍ଟକୁ ଯିବ ‘ଲକ୍ଷପତି ଦିଦି’ ଟଙ୍କା। ୨୫ଶହ କୋଟିର ଅର୍ଥ ରାଶି ମଞ୍ଜୁର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୧ ଲକ୍ଷ ନୂଆ ଲକ୍ଷପତି ଦିଦିଙ୍କୁ ସାର୍ଟିଫିକେଟ୍ ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ମୋଦି ଆଜି ମହାରାଷ୍ଟ୍ରର ଜଲଗାଁଓ ଯିବେ। ଜଲଗାଁଓରେ ଆୟୋଜିତ ହେବାକୁ ଥିବା ଲକ୍ଷପତି ଦିଦି ସମ୍ମିଳନୀରେ ମୋଦି ଯୋଗ ଦେବେ। ଗତ ବର୍ଷ କେନ୍ଦ୍ର ସରକାର ମହିଳାମାନଙ୍କ ପାଇଁ ଲକ୍ଷପତି ଦିଦି ଯୋଜନା ଆରମ୍ଭ କରିଥିଲେ। ଶିଳ୍ପ କ୍ଷେତ୍ରରେ ମହିଳାମାନଙ୍କୁ ପ୍ରୋତ୍ସାହିତ କରିବା ଏହି ଯୋଜନାର ଉଦ୍ଦେଶ୍ୟ।

ଶିଳ୍ପ ପ୍ରତିଷ୍ଠା ପାଇଁ ସେମାନଙ୍କୁ ଆର୍ଥିକ ସହାୟତା ଦେବାକୁ ପଡିବ। ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି। ତେବେ ଆଜି ମହିଳାଙ୍କୁ ବ୍ୟାଙ୍କ ଆକାଉଣ୍ଟକୁ ଯିବ ଲକ୍ଷପତି ଦିଦି ଟଙ୍କା। ୨୫ଶହ କୋଟିର ଅର୍ଥରାଶି ମଞ୍ଜୁର କରିବେ ପ୍ରଧାନମନ୍ତ୍ରୀ ମୋଦୀ। ଉପକୃତ ହେବେ ଦେଶର ୪ଲକ୍ଷ ୩୦ ହଜାର ସ୍ୱୟଂ ସହାୟିକା ଗ୍ରୁପର ୪୮ ଲକ୍ଷ ସଦସ୍ୟା। ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମରେ ଯୋଗଦେବେ।

ସେଠାରୁ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦିଙ୍କ ସହ ମୋଟ ୪୮ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଅର୍ଥ ରାଶି ପଠାଇବେ। ଏଥିସହ ୨୬ ଲକ୍ଷ ମହିଳାଙ୍କୁ ୫ ହଜାର କୋଟିର ଋଣ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ। ଏଥିରେ ୨ ଲକ୍ଷ ୩୩ ହଜାର ସ୍ୱୟଂସହାୟକ ଗ୍ରୁପ ଉପକୃତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା