ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ: କାଲି ପୁରୀରେ କରିବେ ରୋଡ୍‌ ସୋ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ତୃତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ସେଠାରେ ରାଜଭବନ ଯିବେ । ସେଠାରେ ରାତ୍ରିଯାପନ କରିବେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍‌ ସୋ କରିବେମୋଦି । ଏହାପରେ ଅନୁଗୁଳ ଓ କଟକରେ ବି ମାରାଥନ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଅନ୍ୟପଟେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଆଜି ଓଡ଼ିଶା ଆସୁଛନ୍ତି । ଓଡ଼ିଶାରେ ପହଞ୍ଚିବା ପରେ ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗ ଦେବେ ରାଜନାଥ ।ସନ୍ଧ୍ୟାରେ ଓଡ଼ିଶା ଆସିବା ପରେ ରାତ୍ରି ରହଣି କରିବେ ପ୍ରଧାନମନ୍ତ୍ରୀ। ଆସନ୍ତାକାଲି ସକାଳେ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ ସୋ’ କରିବେ ମୋଦି। ତାପରେ ଅନୁଗୁଳ ଠାରେ ସକାଳ ୯ଟା ୩୦ରେ ବିରାଟ ଜନ ସଭା କରିବା ସହ କଟକରେ ଦିନ ସାଢ଼େ ୧୧ଟାରେ କରିବେ ଜନ ସମାବେଶ।

ସେହିପରି ଆଜି ଆଜି କୁଚିଣ୍ଡାରେ ସଭା କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ କଟକରେ ମକଡ୍ରିଲ କରିଛି ଭାରତୀୟ ବାୟୁସେନା । ଯେହେତୁ ପ୍ରଧାନମନ୍ତ୍ରୀ ବାୟୁସେନାର ହେଲିକପ୍ଟର ଦ୍ୱାରା କଟକ ଆସିବେ, ତେଣୁ ବାଲିଯାତ୍ରା ପଡିଆରେ ବ୍ୟାପକ ପ୍ରସ୍ତୁତି ହୋଇଛି । ତଳ ବାଲିଯାତ୍ରା ପଡିଆରେ ପିଏମ ମୋଦିଙ୍କ ହେଲିକପ୍ଟର ଅବତରଣ କରିବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିଛି। ହେଲିପ୍ୟାଡ଼ ଠାରୁ ଆରମ୍ଭ କରି ସଭାସ୍ଥଳ ପର୍ଯ୍ୟନ୍ତ ସମସ୍ତ ସ୍ଥାନକୁ SPG ଟେକଅପ କରିସାରିଛି, ତେଣୁ ସଂପୃକ୍ତ ସ୍ଥାନରେ ଏବେଠାରୁ କଟକଣା ଲାଗୁ ହୋଇସାରିଛି । ଆସନ୍ତାକାଲି କଟକରେ ମୋଦିଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି।୨୧ ତାରିଖ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସକାଳେ ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼ ଗସ୍ତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!