Masthead

ଆସନ୍ତା ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍ ସୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ଫୋକସରେ ଓଡ଼ିଶା । ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ସୋ । ଭୁବନେଶ୍ୱରରେ ବିଶାଳ ରୋଡ ସୋ କରିବା ସହ ଏକାମ୍ର, ଉତ୍ତର ଓ ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀଙ୍କ ପାଇଁ ରାଲି କରିବେ ମୋଦି । ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲା ରାଜ୍ୟ ବିଜେପି । କାଲି ରାତି ୯ଟା ୩୦ରେ ଭୁବନେଶ୍ୱରରେ ପହଁଚିବେ । ଏହାପୂର୍ବରୁ ଅପରାହ୍ଣରେ ଆସି ପହଁଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

ଭୁବନେଶ୍ୱରରେ ପହଁଚିବା ପରେ ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତହାର ଜାରି କରିବେ । ଏହାସହ ନିର୍ବାଚନ ରଣନୀତି ନେଇ ବରିଷ୍ଠ ନେତା ଓ କର୍ମୀଙ୍କ ସହ ଆଲୋଚନା କରିବେ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାତିରେ ପହଁଚିବା ପରେ ଭୁବନେଶ୍ୱରରେ ରାତି କାଟିବେ । ସୋମବାର ସକାଳୁ ବ୍ରହ୍ମପୁର ଯିବେ । ପରେ ନବରଙ୍ଗପୁରରେ ବି ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ଆସନ୍ତା ସପ୍ତାହରେ ପୁଣି ୨ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ