କ’ଣ ପ୍ରଧାନମନ୍ତ୍ରୀ ଦେଶର ଏକମାତ୍ର ହିନ୍ଦୁ?: ଅଧୀରରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କ’ଣ ପ୍ରଧାନମନ୍ତ୍ରୀ ଦେଶର ଏକମାତ୍ର ହିନ୍ଦୁ? ଏଭଳି ପ୍ରଶ୍ନ କରିଛନ୍ତି ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ। ରାଜନୈତିକ ଉଦ୍ଦେଶ୍ୟ ରଖି ଭଗବାନଙ୍କ ନାମକୁ ବିଜେପି ବ୍ୟବହାର କରି ତାଙ୍କୁ ଅପମାନିତ କରୁଥିବା ସେ ଅଭିଯୋଗ କରିଛନ୍ତି। ତେବେ ପ୍ରଭୁ ରାମଙ୍କ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ୟ୍ୟକ୍ରମରେ ଯୋଗଦେବା ଲାଗି କଂଗ୍ରେସ ସମେତ ‘ଇଣ୍ଡିଆ’ ମେଣ୍ଟର ଅଧିକାଂଶ ଦଳ ମନା କରିଦେଇଥିଲେ।

ଏଥିଲାଗି ଅଧୀରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ଅଧୀର କହିଛନ୍ତି, ଯଦି ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହର ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରି ଆମକୁ ହିନ୍ଦୁ ବିରୋଧୀ କୁହାଯାଏ, ତେବେ ଶଙ୍କରାଚାର୍ୟ୍ୟଙ୍କୁ କ’ଣ କୁହାଯିବ? ପ୍ରଧାନମନ୍ତ୍ରୀ ଦେଶର ଏକମାତ୍ର ହିନ୍ଦୁ କି? ସେ ରାମ ଅବତାର ହେବାକୁ ଚାହୁଁଛନ୍ତି। ବିଜେପି ରାଜନୈତିକ ଉଦ୍ଦେଶ୍ୟ ରଖି ରାମଙ୍କ ନାମକୁ ଅପମାନ କରୁଛନ୍ତି ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’