Masthead

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ କରିବେ ରୋଡ୍ ସୋ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜଧାନୀରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି । ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ସୋ’ କରି ପ୍ରଚାର କରିବେ । ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଅନ୍ୟ ପଟେ ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି।ପୋଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏସପିଜି କମାଣ୍ଡୋ।

ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୁରା ରୋଡ୍ କଡରେ ଥିବା ପବ୍ଲିକ, ମିଡିଆ ଷ୍ଟେଜ୍, କନେକ୍ଟିଂ ରୋଡ୍, ଟ୍ରାଫିକ୍, ରାସ୍ତାର ଉଭୟ ପାଖରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ସବୁଠି ଟିକନିକ ଯାଞ୍ଚ କରିଛନ୍ତି ଏସପିଜି । ପ୍ରଧାନମନ୍ତ୍ରୀଙ୍କ ଏହି ଅଢେଇ କିଲୋମିଟରର ରୋଡ୍ ସୋ’ ଭିତରେ ଝଲସିବ ଓଡ଼ିଶା କଳା ଓ ସଂସ୍କୃତି। କୋଣାର୍କ ଚକ୍ର ଓ ଖଣ୍ଡିଗିରି ଐତିହ୍ୟ ପରି ଓଡ଼ିଶା କଳା ପରମ୍ପରାରେ ୧୦ ଆଇକନ ୧୦ଟି ସ୍ଥାନରେ ସ୍ଥାନିତ ହେବ। ସ୍ଥାନେ ସ୍ଥାନେ ଓଡ଼ିଶାର ବିଭିନ୍ନ ଲୋକକଳା ମାଧ୍ୟମରେ ମୋଦିଙ୍କୁ ସ୍ୱାଗତ କରାଯିବ।ରୋଡ ସୋ’ ପରେ ରାଜଭବନରେ ରାତ୍ରୀ ରହଣି କରି ଆସନ୍ତାକାଲି ୩ଟି ସ୍ଥାନରେ ସମାବେଶ କରିବେ ପିଏମ ମୋଦି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ସୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି।

ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଜନପଥରେ ଟ୍ରାଫିକ କଟକଣା ରହିବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯିବ। ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡ଼ି ରାସ୍ତାକୁ ଛଡ଼ାଯିବ ନାହିଁ। ରୋଡ୍ ସୋ’ ବେଳେ ରାମ ମନ୍ଦିରରୁ ବାଣୀ ବିହାରକୁ ନୋ ଫ୍ଲାଏ ଜୋନ୍ କରାଯିବ। ବମ୍ ସ୍କ୍ୱାର୍ଡ ଓ ଡଗ୍ ସ୍କ୍ୱାର୍ଡ ମୁତୟନ ରହିବେ। ୫ ଜଣ ଡିସିପି, ୧୦ ଜଣ ଅତିରିକ୍ତ ଡିସିପି, ୨୭ ଏସିପି, ୪୧ ଆଇଆଇସି, ୫୫ ପ୍ଲାଟୁନ ଫୋର୍ସ ସହ ୩ ଆଣ୍ଟି ଟେରର ଫୋର୍ସ ବି ମୁତୟନ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା