Masthead

ଆଜି ଓ୍ବାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କେରଳ ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ବାରା ହୋଇଥିବା କ୍ଷୟକ୍ଷତିର କରିବେ ସମୀକ୍ଷା । ଏହା ସହ ରିଲିଫ କ୍ୟାମ୍ପ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କୁ ଭେଟିବେ । ପରେ ଡାକ୍ତରଖାନାରେ ଆହତ ଏବଂ ପୀଡିତଙ୍କ ପରିବାରକୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଜୁଲାଇ ୩୦ରେ ପ୍ରବଳ ବର୍ଷା ହେତୁ କେରଳର ୱାୟାନାଡ ଜିଲ୍ଲାରେ ଭୂସ୍ଖଳନ ଘଟିଥିଲା ।

ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୪୦୦ ରୁ ଅଧିକଙ୍କ ଜୀବନ ଯାଇଛି । ୧୫୦ରୁ ଅଧିକ ଲୋକ ଏବେ ବି ନିଖୋଜ ଅଛନ୍ତି । ଅନେକ ଆହତ ହୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏହି ଉଦ୍ଧାରକାର୍ଯ୍ୟରେ ନିୟୋଜିତ ଥିବା ସେନା କର୍ମଚାରୀ, ଓସଓଜି ଅଧିକାରୀ ଏବଂ ଜଙ୍ଗଲ ଅଧିକାରୀଙ୍କ ଏକ ସ୍ୱତନ୍ତ୍ର ଟିମ୍ ସୁଜିପାରାସ୍ଥିତ ସୂର୍ଯେ୍ୟାଦୟ ଉପତ୍ୟକାର ଜଙ୍ଗଲ ଭିତରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ସେପଟେ ଏହି ବିପର୍ଯ୍ୟୟକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ