Masthead

ଆଜି ଓ୍ବାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି କେରଳ ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ବାରା ହୋଇଥିବା କ୍ଷୟକ୍ଷତିର କରିବେ ସମୀକ୍ଷା । ଏହା ସହ ରିଲିଫ କ୍ୟାମ୍ପ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କୁ ଭେଟିବେ । ପରେ ଡାକ୍ତରଖାନାରେ ଆହତ ଏବଂ ପୀଡିତଙ୍କ ପରିବାରକୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଜୁଲାଇ ୩୦ରେ ପ୍ରବଳ ବର୍ଷା ହେତୁ କେରଳର ୱାୟାନାଡ ଜିଲ୍ଲାରେ ଭୂସ୍ଖଳନ ଘଟିଥିଲା ।

ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୪୦୦ ରୁ ଅଧିକଙ୍କ ଜୀବନ ଯାଇଛି । ୧୫୦ରୁ ଅଧିକ ଲୋକ ଏବେ ବି ନିଖୋଜ ଅଛନ୍ତି । ଅନେକ ଆହତ ହୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏହି ଉଦ୍ଧାରକାର୍ଯ୍ୟରେ ନିୟୋଜିତ ଥିବା ସେନା କର୍ମଚାରୀ, ଓସଓଜି ଅଧିକାରୀ ଏବଂ ଜଙ୍ଗଲ ଅଧିକାରୀଙ୍କ ଏକ ସ୍ୱତନ୍ତ୍ର ଟିମ୍ ସୁଜିପାରାସ୍ଥିତ ସୂର୍ଯେ୍ୟାଦୟ ଉପତ୍ୟକାର ଜଙ୍ଗଲ ଭିତରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ସେପଟେ ଏହି ବିପର୍ଯ୍ୟୟକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ