Masthead

ମୋଦିଙ୍କ ମେଗା ‘ସୋ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧନ। ସକାଳ ୧୦ଟାରେ ବ୍ରହ୍ମପୁର ଏବଂ ଦିନ ସାଢ଼େ ୧୨ଟାରେ ନବରଙ୍ଗପୁର ପାପଡ଼ାହାଣ୍ଡିରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି। ମୋଦି ଆଜି ବ୍ରହ୍ମପୁର ଓ ନବରଙ୍ଗପୁରରେ ଦଳୀୟ ସମାବେଶରେ ଯୋଗଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେଠାରେ ପ୍ରଚାର କରିବେ ।

ପ୍ରଥମେ ବ୍ରହ୍ମପୁର ଯାଇ କନିସି ଛକରେ ଜନସଭା ସହ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ନବରଙ୍ଗପୁର ଚିକିଲିଗାଁ ପଡ଼ିଆରେ ମୋଦି ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ଗସ୍ତ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେପଟେ ଆଜିର କାର୍ଯ୍ୟକ୍ରମ ପରେ ଆସନ୍ତା ୧୦ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ୧୦ ତାରିଖରେ ଭୁବନେଶ୍ୱରରେ ରୋଡ୍ ସୋ କରିବେ ମୋଦି। ସମ୍ଭବତଃ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍ ଶୋ କରିପାରନ୍ତି। ଏ ନେଇ ସୂଚନା ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ।

ରବିବାର ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ମୋଦୀଙ୍କୁ ସ୍ୱାଗତ କରାଯାଇଥିଲା । ମୋଦୀ ହାତରେ ପଦ୍ମ ଫୁଲ ଦେଖାଇ ଅଭିବାଦନ ଜଣାଇଥିଲେ । ଏହାପରେ ସ୍ୱତନ୍ତ୍ର କାରକେଡରେ ରାଜଭବନ ଯାଇଥିଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ