Masthead

ଫୁଲବାଣୀରେ ମୋଦି

କନ୍ଧମାଳ (ବଡ଼ ଖବର ବ୍ୟୁରୋ): କନ୍ଧମାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗୁଦାରି ଏୟାରଷ୍ଟ୍ରିପରୁ ପ୍ରଧାନମନ୍ତ୍ରୀ ସଭାସ୍ଥଳକୁ ଯିବେ । ମୋଦିଙ୍କୁ ଦେଖିବା ପାଇଁ ତାଙ୍କ ଭାଷଣ ଶୁଣିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଜମିଛି । ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । କନ୍ଧମାଳ ଷ୍ଟାଡିୟମରେ ବିଜେପି ପକ୍ଷରୁ ହେଉଛି ବିଜୟ ସଂକଳ୍ପ ସମାବେଶ । ସକାଳ ୧୦ଟା ୩୦ରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଂଚିବା ପରେ କନ୍ଧମାଳ ଷ୍ଟାଡିୟମକୁ ଅଭିମୁଖେ ବାହାରିଛନ୍ତି ପ୍ରଧାନମନ୍ତ୍ରୀ ।

ଯେଉଁଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ମଧ୍ୟାହ୍ନ ୧୨ଟା ୫ରେ ବଲାଙ୍ଗିରର ପଥରଚେପାସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ୧୨ଟା ୧୫ରୁ ୧୨ଟା ୫୫ ପର୍ଯ୍ୟନ୍ତ ଜନସଭାକୁ ଉଦବୋଧନ ଦେବେ । ଏହା ପରେ ବରଗଡ଼ ଜିଲ୍ଲା ଗସ୍ତ କରିବେ ମୋଦୀ । ୧ଟା ୪୫ରେ ବରଗଡ଼ର ବରାହାଗୁଡ଼ା ଟୋଲଗେଟ୍ ନିକଟରେ ଥିବା ବିକାଶ ଭିନଟେଜ୍ ପଡ଼ିଆରେ ବିଶାଳ ଜନସଭାରେ ଉଦବୋଧନ ଦେବା ସହିତ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ