Masthead

ଟି-୨୦ ବିଶ୍ୱକପ ବିଜୟ ପରେ ଟିମ୍ ଇଣ୍ଡିଆ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ଦଳ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି। ଟିମ୍ ଇଣ୍ଡିଆର ବିଶ୍ୱକପ ବିଜୟ ପରେ ସେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ରୋହିତଙ୍କ ଅଧିନାୟକତ୍ୱକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ତାହାସହ ଫାଇନାଲରେ ବିରାଟ କୋହଲିଙ୍କ ଇନିଂସକୁ ବି ଭୂରି ଭୂରି ପ୍ରଶଂସା କରିଥିଲେ ମୋଦୀ । ସୂର୍ୟ୍ୟକୁମାର ଯାଦବ ଓ ହର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଦର୍ଶନରେ ବି ମୋଦୀ ଖୁସି ଜାହିର କରିଛନ୍ତି । ସେପଟେ ଯଶପ୍ରୀତ ବୁମରାଙ୍କ ବୋଲିଂକୁ ମଧ୍ୟ ମୋଦୀ ଢେର ପ୍ରଶଂସା କରିବା ସହ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରକାଶଥାଉ ଯେ, ଦୀର୍ଘ ୧୭ ବର୍ଷ ପରେ ଭାରତ ଟ୍ୱେଣ୍ଟି ଟ୍ୱେଣ୍ଟି ବିଶ୍ୱକପ ଜିତିଛି । ୧୧ ବର୍ଷ ପରେ ଭାରତକୁ ମିଳିଛି ଆଇସିସି ଟ୍ରଫି । ଯାହାକୁ ନେଇ ସାରା ଭାରତରେ ଏବେ ଉତ୍ସବର ମାହୋଲ ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ