Masthead

ଗଗନଯାନ ମିଶନ ପାଇଁ ୪ ପାଇଲଟଙ୍କ ନାଁ ଘୋଷଣା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସାମ୍ନାକୁ ଆସିପାରେ ମହାକାଶ ଯିବାକୁ ଥିବା ୪ ଭାରତୀୟଙ୍କ ନାଁ । ଗଗନଯାନ ମିଶନ ପାଇଁ ପ୍ରଶିକ୍ଷିତ ୪ ପାଇଲଟଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦି ।

ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଛି । କେରଳ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ପ୍ରଥମେ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ପହଞ୍ଚି ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ପାଇଲଟଙ୍କ ନାମ ଘୋଷଣା କରିବେ । ଏହି ୪ଜଣ ପାଇଲଟ ରୁଷରୁ ସ୍ୱତନ୍ତ୍ର ତାଲିମ ନେଇ ଫେରିଥିବା ବେଳେ ଗଗନଯାନ ମିଶନରେ ନିୟୋଜିତ ରହିଛନ୍ତି । ଚଳିତ ବର୍ଷ ଶେଷ ଆଡ଼କୁ ଇସ୍ରୋ ଏହି ୪ଜଣ ପ୍ରଶିକ୍ଷିତ ପାଇଲଟଙ୍କୁ ଗଗନଯାନରେ ମହାକାଶ ପଠାଇବାକୁ ଲକ୍ଷ୍ୟ ରଖିଛି । ଏହି ଅବସରରେ ଚୟନ ହୋଇଥିବା ୪ ପାଇଲଟଙ୍କୁ ଆଷ୍ଟ୍ରୋନଟ୍ ୱିଙ୍ଗରେ ସମ୍ମାନିତ କରିପାରନ୍ତି ପ୍ରଧାନମନ୍ତ୍ରୀ ।

ଏହି ମହାକାଶଚାରୀମାନଙ୍କୁ ବ୍ୟୋମନଟ୍ କୁହାଯିବ ବୋଲି ଚର୍ଚ୍ଚା ହେଉଛି । ସେମାନେ ରୁଷିଆରେ ୧ ବର୍ଷ ପ୍ରଶିକ୍ଷଣ ନେଇ ଭାରତ ଫେରିଛନ୍ତି । ଗଗନଯାନ ମିଶନର ପ୍ରଥମ ପର୍ୟ୍ୟାୟରେ କୌଣସି ମହାକାଶଚାରୀ ସାମିଲ ହେବେ ନାହିଁ । କେବଳ ଏକ ରୋବଟ ବ୍ୟୋମମିତ୍ରକୁ ମହାକାଶ ପଠାଯିବ । ତେବେ ୨୦୨୫ ସୁଦ୍ଧା ୩ ଜଣ ଭାରତୀୟ ମହାକାଶଚାରୀଙ୍କୁ ସ୍ପେଶ୍ ମିଶନରେ ପଠାଇବାକୁ ଲକ୍ଷ୍ୟ ରଖିଛି ଇସ୍ରୋ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ