Masthead

ଗଗନଯାନ ମିଶନ ପାଇଁ ୪ ପାଇଲଟଙ୍କ ନାଁ ଘୋଷଣା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସାମ୍ନାକୁ ଆସିପାରେ ମହାକାଶ ଯିବାକୁ ଥିବା ୪ ଭାରତୀୟଙ୍କ ନାଁ । ଗଗନଯାନ ମିଶନ ପାଇଁ ପ୍ରଶିକ୍ଷିତ ୪ ପାଇଲଟଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦି ।

ଏଥି ସହିତ ଇସ୍ରୋର ୩ଟି ନୂଆ ପ୍ରକଳ୍ପକୁ ମଧ୍ୟ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଛି । କେରଳ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ପ୍ରଥମେ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ପହଞ୍ଚି ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ପାଇଲଟଙ୍କ ନାମ ଘୋଷଣା କରିବେ । ଏହି ୪ଜଣ ପାଇଲଟ ରୁଷରୁ ସ୍ୱତନ୍ତ୍ର ତାଲିମ ନେଇ ଫେରିଥିବା ବେଳେ ଗଗନଯାନ ମିଶନରେ ନିୟୋଜିତ ରହିଛନ୍ତି । ଚଳିତ ବର୍ଷ ଶେଷ ଆଡ଼କୁ ଇସ୍ରୋ ଏହି ୪ଜଣ ପ୍ରଶିକ୍ଷିତ ପାଇଲଟଙ୍କୁ ଗଗନଯାନରେ ମହାକାଶ ପଠାଇବାକୁ ଲକ୍ଷ୍ୟ ରଖିଛି । ଏହି ଅବସରରେ ଚୟନ ହୋଇଥିବା ୪ ପାଇଲଟଙ୍କୁ ଆଷ୍ଟ୍ରୋନଟ୍ ୱିଙ୍ଗରେ ସମ୍ମାନିତ କରିପାରନ୍ତି ପ୍ରଧାନମନ୍ତ୍ରୀ ।

ଏହି ମହାକାଶଚାରୀମାନଙ୍କୁ ବ୍ୟୋମନଟ୍ କୁହାଯିବ ବୋଲି ଚର୍ଚ୍ଚା ହେଉଛି । ସେମାନେ ରୁଷିଆରେ ୧ ବର୍ଷ ପ୍ରଶିକ୍ଷଣ ନେଇ ଭାରତ ଫେରିଛନ୍ତି । ଗଗନଯାନ ମିଶନର ପ୍ରଥମ ପର୍ୟ୍ୟାୟରେ କୌଣସି ମହାକାଶଚାରୀ ସାମିଲ ହେବେ ନାହିଁ । କେବଳ ଏକ ରୋବଟ ବ୍ୟୋମମିତ୍ରକୁ ମହାକାଶ ପଠାଯିବ । ତେବେ ୨୦୨୫ ସୁଦ୍ଧା ୩ ଜଣ ଭାରତୀୟ ମହାକାଶଚାରୀଙ୍କୁ ସ୍ପେଶ୍ ମିଶନରେ ପଠାଇବାକୁ ଲକ୍ଷ୍ୟ ରଖିଛି ଇସ୍ରୋ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା