Masthead

୬ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିବେ ମୋଦି, ଓଡ଼ିଶାରେ ଗଡ଼ିବ ଆଉ ୨ ଟ୍ରେନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର । ଆଜି ଓଡ଼ିଶାରେ ଗଡିବ ଆଉ ୨ଟି ବନ୍ଦେ ଭାରତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ କରିବେ । ତନ୍ମଧ୍ୟରେ ଆଜି ଉଦଘାଟନ ହେବାକୁ ଥିବା ୨ଟି ଏକ୍ସପ୍ରେସ୍ ଓଡ଼ିଶା ଦେଇ ଚଳାଚଳ କରିବ। ଆଜି ପୂର୍ବାହ୍ଣ ୧୧ଟା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସି ଜରିଆରେ ଏହି ଟ୍ରେନ୍‌ର ଶୁଭାରମ୍ଭ କରିବେ । ବ୍ରହ୍ମପୁରରୁ ଟାଟା ଓ ରାଉରକେଲାରୁ ହାଓଡା ନୂତନ ବନ୍ଦେ ଭାରତ ଚଳାଚଳ କରିବ । ଝାଡ଼ଖଣ୍ଡର ଟାଟାରେ ସକାଳ ୯ଟା୩୦ରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଭିଡିଓ କନଫରେନ୍ସରେ ବ୍ରହ୍ମପୁରରୁ ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ ।

ସେ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କରିବେ । ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ ରାଉରକେଲାରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ରେଳ ଷ୍ଟେସନ୍ରେ ଉପସ୍ଥିତ ରହିବେ । ପରେ ମୁଖ୍ୟମନ୍ତ୍ରୀ ସେହି ଟ୍ରେନରେ ଭୁବନେଶ୍ୱର ପର୍ୟ୍ୟନ୍ତ ଯାତ୍ରା କରିବେ । ସେହିପରି ଟିଟିଲାଗଡ଼ ଦେଇ ଯିବାକୁ ଥିବା ରାୟପୁର(ଦୁର୍ଗ)-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସକୁ ୧୬ରେ ଅହମ୍ମଦାବାଦରୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହି ଭଳି ଭାବେ ଦୁଇ ଦିନରେ ଓଡ଼ିଶାକୁ ମିଳିବ ୩ ବନ୍ଦେ ଭାରତ ଏକ୍ସପ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ