Masthead

ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ । ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି । ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ହୋଇପାରେ ମୋଦିଙ୍କ କାର୍ଯ୍ୟକ୍ରମ । ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ୍ ସୂଚନା । ଆସନ୍ତା ୨୭ରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପଛକୁ ପଛ ଲଘୁଚାପ ଥିବାରୁ କାର୍ଯ୍ୟକ୍ରମ ବାତିଲ ନେଇ ସୂଚନା ମିଳୁଛି । ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ । ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । କିନ୍ତୁ କୌଣସି ଅଫିସିଆଲ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ