Masthead

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଡକାୟତି ଘଟଣା, ଗିରଫ ହେଲେ ୫ ଅଭିଯୁକ୍ତ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ପିଏନବି ଡକାୟତ ଘଟଣାରେ ୫ ଗିରଫ । ଯାଜପୁର ମଙ୍ଗଳପୁର ଥାନା ବୋଉଳାଙ୍ଗ ଛକ ନିକଟରେ ଥିବା ପଞ୍ଜାବ ନେସନାଲ ବ୍ୟାଙ୍କରେ ଡକାୟତି ଘଟଣା ଗିରଫ ହେଲେ ୫ ଅଭିଯୁକ୍ତ । ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଦୁଇଟି ବାଇକ, କମ୍ପ୍ୟୁଟର, ପ୍ରିଣ୍ଟର, ସିସି କ୍ୟାମେରା ଜବତ କରିଛି । ସୂଚନା ମୁତାବକ ୨୫ ତାରିଖ ଦିନ ଡକାୟତମାନେ ବ୍ୟାଙ୍କର ତାଲା ଭାଙ୍ଗି ଷ୍ଟ୍ରଙ୍ଗ ରୁମ ଭିତରକୁ ପଶିଥିଲେ, କିନ୍ତୁ ବ୍ୟାଙ୍କର ଟ୍ରେଜେରୀ ଲକର ଭାଙ୍ଗିବାରେ ଅସମର୍ଥ ହୋଇଥିଲେ । ଯାହାକୁ ନେଇ ବ୍ୟାଙ୍କ ପକ୍ଷରୁ ମଙ୍ଗଳପୁର ଥାନାରେ ଅଭିଯୋଗ ହୋଇଥିଲା ।

ଏହି ଅଭିଯୋଗକୁ ଭିତ୍ତି କରି ଜିଲ୍ଲା ଏସପିଙ୍କ ନିଦେ୍ର୍ଦଶକ୍ରମେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଥିଲା । ଚଢ଼ାଉ କରି ପୋଲିସ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇପାରିଛି । ସେମାନଙ୍କ ମଧ୍ୟରୁ ୩ ଅଭିଯୁକ୍ତ ମାହାଙ୍ଗା ଥାନା ଅଞ୍ଚଳର ହୋଇଥିବାବେଳେ ଆଉ ୨ଜଣ ପାଣିକୋଇଲି ଥାନା ଅଞ୍ଚଳର ବୋଲି ଜଣାପଡିଛି । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ତେବେ ଡକାୟତି ଘଟଣାର ମାଷ୍ଟର ମାଇଣ୍ଡ ଥିବା ମୁଖ୍ୟ ଅଭିଯୁକ୍ତ ଏବେବି ଫେରାର ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ