Masthead

ଗୁଡ଼ି ଉଡ଼ାଇବା ବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୁଡ଼ି ଉଡାଇବାକୁ ନେଇ ଓଡ଼ିଶା ପୋଲିସର ସତର୍କ ସୂଚନା । ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ । ଗୁଡି ଉଡ଼ାଇବା ସମୟରେ ସତର୍କ ରହିବାକୁ ପରାମର୍ଶ । ମାଞ୍ଜା ସୂତା ବିକ୍ରି କି ବ୍ୟବହାର କରିବା ଆଇନତଃ ଦଣ୍ଡନୀୟ । ଓଡ଼ିଆ ସଂସ୍କୃତିର ମହାନ୍‌ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା। ଗୁଡ଼ି ଉଡ଼ାଇବାବେଳେ ଅନ୍ୟ ଜଣଙ୍କର ଗୁଡ଼ିକୁ ଯଦି କାଟି ଦିଆଯାଇପାରେ ତା’ହେଲେ ସିଏ ନେବ ଜିତାପଟ।

ଏହି ପ୍ରତିଦ୍ୱନ୍ଦ୍ୱିତାରେ ମୁଖ୍ୟ କାର୍ପଟଦାର ହେଲା ଗୁଡ଼ି ଉଡ଼ାରେ ବ୍ୟବହୃତ ମାଞ୍ଜାସୂତା। ପ୍ରତିବର୍ଷ ମାଞ୍ଜାସୂତା ଲାଗି ଲୋକଙ୍କ ବେକ ଓ ଅନ୍ୟାନ୍ୟ ଅଙ୍ଗ କଟି ଯାଉଥିବାବେଳେ ପ୍ରାଣହାନିର ଆଶଙ୍କା ରହିଛି। ତେବେ ଦିନକ ପରେ ରାଜ୍ୟରେ ମକର ପର୍ବ ପାଳନ କରାଯିବ। କଟକ ସହରରେ କମିଶନରେଟ ପୋଲିସକୁ ଅଡୁଆ କଲାଣି ମାଞ୍ଜାସୂତା। ଗତ ଗୁରୁବାର ମାଞ୍ଜାସୂତା ଲାଗି ଦୁଇଜଣ ବାଇକ ଆରୋହୀ ଆହତ ହୋଇଛନ୍ତି। ଏହାପରେ କମିଶନରେଟ ପୋଲିସ ପଦକ୍ଷେପ ନେବା ଆରମ୍ଭ କରିଛି। ମାଞ୍ଜାସୂତା ଗୋଦାମରେ ଚଢ଼ାଉ କରାଯିବା ସହ ଡାକବାଜି ଯନ୍ତ୍ରରେ ସତର୍କ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ