Masthead

ଭିଜିଲାନ୍ସ ଜାଲରେ ପୋଲିସ ASI

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ
ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପୋଲିସ ASI ଓ ହୋମ୍‌ଗାର୍ଡ । ବାଙ୍କୋଇ ଫାଣ୍ଡି ASI ତୁଷାର ନାୟକ ଓ ହୋମ୍‌ଗାର୍ଡ ପି.କେ ସୁନ୍ଦରାୟ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ । କେସ୍ ଡାଏରୀରୁ ନାଁ ହଟାଇବାକୁ ଲାଞ୍ଚ ନେବାବେଳେ ଧରାପଡ଼ିଲେ । ଉଲ୍ଲେଖନୀୟ ସେବା ପାଇଁ ସମ୍ବର୍ଦ୍ଧିତ ହୋଇଥିଲେ ତୁଷାର । ଉଭୟଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି ।

ଏକ କେସ ଡାଏରୀରୁ ନାଁ ହଟାଇବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ASI ତୁଷାର ଏବଂ ହୋମଗାର୍ଡ ପିକେ ସୁନ୍ଦରାୟ । ଶୁକ୍ରବାର ରାତି ପ୍ରାୟ ସାଢେ ୧୧ଟା ସମୟରେ ଥାନାରେ ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ଛକି ରହିଥିଲା ଭିଜିଲାନ୍ସ ଟିମ୍‌। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ଅତର୍କିତ ଚଢାଉ କରିଥିଲା। ଏହାପରେ ତୁଷାରଙ୍କ ବାଙ୍କୋଇରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଚଢାଉ କରୁଛି। ଉଭୟଙ୍କୁ ଭୁବନେଶ୍ୱରକୁ ଆଣାଯାଇଥିବା ନେଇ ଭିଜିଲାନ୍ସ ଡିଏସପି ଏହି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ