ଶ୍ରୀମନ୍ଦିରରେ ନାବାଳକକୁ ମାଡ଼!

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ବାହାର କାଠ ନିକଟରେ ପୋଲିସ ମାଡ଼ରେ ନାବାଳକ ଗୁରୁତର ଅଭିଯୋଗ। ତାଙ୍କୁ ମନ୍ଦିର ଆମ୍ବୁଲାନ୍ସ ଯୋଗେ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଯିବ ବୋଲି କହିଛନ୍ତି ଡାକ୍ତର । ଖବର ଅନୁଯାୟୀ, ନାବାଳକ ଜଣକ ଭଦ୍ରକ ଭଣ୍ଡାରୀପୋଖରୀ ଅଞ୍ଚଳର।

ଶୁକ୍ରବାର ରାତିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପରିବାର ଲୋକଙ୍କ ସହିତ ପୁରୀ ଆସିଥିଲା ନାବାଳକ। ହେଲେ ନାବାଳକଙ୍କୁ ଶ୍ରୀମନ୍ଦିର ମଧ୍ୟରେ ମାଡ଼ ମାରିଥିବାର ଅଭିଯୋଗ ହୋଇଛି । ଯାହାପରେ ଆକ୍ସନମୋଡ଼କୁ ଆସିଛି ପୋଲିସ । ସିଟି ଡିଏସପି ଓ ସିଂହଦ୍ୱାରା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ଏହାସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଲାଗିଥିବା ଫୁଟେଜକୁ ବି ଯାଞ୍ଚ କରୁଛି ପୋଲିସ । ତେବେ ନାବାଳକକୁ ପୋଲିସ କିମ୍ବା ଜେଟିପି, କିଏ ମାଡ଼ ମାରିଛନ୍ତି । ସେନେଇ ଜାରି ରହିଛି ତଦନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ