ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ; ଅଧାରାତିରେ ଉଠାଇ ନେଲା ପୁଲିସ

ଯାଜପୁର(ବଡ଼ ଖବର ବ୍ୟୁରୋ): ବଢିଲା ବବିଙ୍କ ଅଡୁଆ । ଥାନାରେ ଅଟକ ଭବ ପ୍ରସାଦ ଦାସ, ବିଳମ୍ବିତ ରାତିରେ ଘରୁ ଉଠାଇ ନେଲା ପୋଲିସ । ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମ୍ପର୍କୀୟ ଭାଇ ଭବ ପ୍ରସାଦ ଦାସଙ୍କୁ ଥାନାରେ ଅଟକ ରଖିଛି କଳିଙ୍ଗ ନଗର ଥାନା ପୋଲିସ । ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା ଓ ବିରଜା ହାଟ ଗଣ୍ଡଗୋଳ ଘଟଣାରେ ତାଙ୍କୁ ଅଟକ ରଖାଯାଇଛି । ଘଟଣାରେ ମୋଟ ୧୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଯାଜପୁର ଥାନାରେ ଭବ ପ୍ରସାଦ ଦାସ ନାମରେ ୪ଟି ପୃଥକ ପୃଥକ ମାମଲା ରୁଜୁ ହୋଇଛି।

ବିରଜା ହାଟରେ ବ୍ୟବସାୟୀଙ୍କ ପରିବା ଫୋପାଡିବା ଓ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଥିଲା । ସେହିପରି ପୋଲିସର ବିନା ଅନୁମତିରେ ବୁଢ଼ାଘାଟ ନିକଟରେ ରାସ୍ତାରୋକ କରିବା ଘଟଣାରେ ମଧ୍ୟ ମାମଲା ରୁଜୁ ହୋଇଛି। ବ୍ୟବସାୟୀ ମାନେ ଭବଙ୍କ ନାଁରେ ୩ଟି ମାମଲା ରୁଜୁ କରିଥିବା ବେଳେ ପୋଲିସ ପକ୍ଷରୁ ଗୋଟିଏ ମାମଲା ରୁଜୁ ହୋଇଛି । ଏଥିସହ ଏ ଘଟଣାରେ କୌଣସି ବିଶୃଙ୍ଖଳା ପରିସ୍ଥିତି ନ ସୃଷ୍ଟି ହେବା ନେଇ ଯାଜପୁର ଟାଉନରେ ପୋଲିସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’