Masthead

ଆହତ ଯବାନଙ୍କୁ ଏୟାର ଲିଫ୍ଟ କଲେ ପୋଲିସ ଡିଜି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବୌଦ୍ଧ-କନ୍ଧମାଳ ସୀମାରେ ଚାଲିଛି ମାଓ ଅପରେସନ୍ । ପୋଲିସ-ମାଓବାଦୀ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ । ନାରାୟଣ ପ୍ରସାଦ ଓ ଉମା ଜଙ୍ଗଲରେ ଏହି ଗୁଳି ବିନିମୟ ଚାଲିଥିବା ସୂଚନା ମିଳିଛି । ତେବେ ଏହି ଗୁଳିବିନିମୟରେ ଦୁଇଜଣ ଯବାନ ଆହତ ହୋିତିବା ବି ଜଣାପଡ଼ିଛି । ଡାକ୍ତରଙ୍କ ସହ ଦୁଇ ଆହତ ଯବାନଙ୍କୁ ଭୁବନେଶ୍ବରକୁ ଏୟାର ଲିଫ୍ଟ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ସ୍ଥାନୀୟ ଅଞ୍ଚଳରେ ପାଖାପାଖି ୧୦୦ରୁ ଅଧିକ ମାଓବାଦୀ ଡେରା ପକାଇଥିଲେ ।

ମାଓବାଦୀ ଲୁଚିଥିବା ଖବର ପାଇ କମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ମାଓବାଦୀ ଲୁଚିଥିବା ସୂଚନା ପାଇ ପୂରା ଅଞ୍ଚଳକୁ ସିଲ୍ କରିଥିଲା ପୋଲିସ । ମାଓ ବିରୋଧୀ ଅପରେସନରେ ଗୋଟିଏ ହେଲିକାପ୍ଟର ସାମିଲ ଥିବା କୁହାଯାଉଛି । ସୋନପୁର ଘଣ୍ଟାପଡ଼ା ହାଇସ୍କୁଲ ପଡ଼ିଆରେ ଏହି ହେଲିକପ୍ଟର ପ୍ରସ୍ତୁତ ଅଛି। ଏହି ଅଞ୍ଚଳରେ କେକେବିଏନ ମାଓ ସଂଗଠନ ସକ୍ରିୟ ରହିଛି । କେକେବିଏନ- କଳାହାଣ୍ଡି-କନ୍ଧମାଳ-ବଲାଙ୍ଗୀର-ନୟାଗଡ ମାଓ ଡିଭିଜନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ