Masthead

ଜାଳିଦେଲେ ପୋଲିସ ଜିପ୍

ତିହିଡି (ବଡ଼ ଖବର ବ୍ୟୁରୋ): ଭଦ୍ରକ ତିହିଡିରେ ଯୁବକଙ୍କ ମୃତ୍ୟୁ ଘଟଣାକୁ ନେଇ ପୋଲିସ ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ । ଖବର ଅନୁଯାୟୀ ତହିଡି ଥାନା ହାଟୁଆଡି ଗାଁର ଜଣେ ଭିନ୍ନକ୍ଷମ ଯୁବକଙ୍କୁ କୋଇଲା ଚୋରି ଅଭିଯୋଗରେ ତହିଡି ଥାନା ପୋଲିସ ପଚରାଉଚରା କରିବା ସହ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ମାଡ ଖାଇବା ପରେ ଯୁବକ ଜଣକ ପୋଖରୀକୁ ଡେଇଁ ପଡିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଆଜି ସକାଳୁ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର କରି ଭଦ୍ରକ-ଚାନ୍ଦବାଲି ରାସ୍ତା ଅବରୋଧ କରିଥିଲେ ଉତ୍ତ୍ୟକ୍ତ ଲୋକେ ।

ତେବେ ଘଟଣାସ୍ଥଳରେ ପୋଲିସ ପହଁଚିବା ପରେ ଲୋକେ ରାଗରେ ପୋଲିସ ଭ୍ୟାନ ପୋଡିଦେଇଥିବା ଜଣା ପଡିଛି । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଥିବା ଭଦ୍ରକ ଏସପି ଚରଣ ସିଂ ମିନା ବଡ଼ ଖବରକୁ ପ୍ରତିକ୍ରିୟା ଦେଇ କହିଛନ୍ତି । ତେବେ ଉତ୍ତ୍ୟକ୍ତ ଲୋକେ ନିଆଁ ଜାଳି ରାସ୍ତା ଅବରୋଧ କରିଥିବାରୁ ସେମାନଙ୍କୁ ଘଉଡାଇବା ପାଇଁ ପୋଲିସ ଲାଠି ଚାଳନା କରିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ