Masthead

ଟ୍ରକକୁ ଧକ୍କା ଦେଲା ପୋଲିସ PCR ଗାଡି, ଜଣେ ଗୁରୁତର ୩ ଆହାତ

ବୌଦ୍ଧ(ବଡ଼ ଖବର ବ୍ୟୁରୋ):  ବୌଦ୍ଧ ଜିଲ୍ଲା ମନମୁଣ୍ଡା ଅଞ୍ଚଳରେ ପୋଲିସ  PCR ଗାଡି ଦ୍ୱାରା ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଗାଡିଟି ପୁରା ଚୁରମାର ହୋଇ ସଂପୁର୍ଣ୍ଣ ରୂପେ ନଷ୍ଟ ହୋଇଯାଇଛି । ମିଳିଥିବା ସୂଚନା ଅନୁଯାୟୀ ପୋଲିସର PCR ଗାଡ଼ି ଲୋକଙ୍କ ସୁରକ୍ଷା ନିମନ୍ତେ ନିୟୋଜିତ ହୋଇଥିବା ବେଳେ ଗତ ରାତିରେକୌଣସି ସୂତ୍ରରୁ ବାଉଁଶୁଣୀ ଠାରେ ଦୁର୍ଘଟଣା ଘଟିଥିବା ଖବର ପାଇ ଗାଡ଼ିଟି ଯାଇଥିଲା । ବାଉଁଶୁଣୀ ରୁ କାର୍ୟ୍ୟ ସାରି ରାତ୍ର ପ୍ରାୟ ୧୨ ଘଣ୍ଟା ସମୟରେ ମନମୁଣ୍ଡା ପଟକୁ ଆସୁଥିବା ବେଳେ ଜାତୀୟ ରାଜପଥ ୫୭ ର ତୃପ୍ତି ହୋଟେଲ ସମ୍ମୁଖରେ ଛିଡ଼ା ହୋଇଥିବା ଏକ ଟ୍ରକ୍ କୁ ପଛପଟୁ ଧକ୍କା ଦେବା ଫଳରେ ସମ୍ପୂର୍ଣ୍ଣ ରୂପେ ପୋଲିସ ଗାଡ଼ିଟି ଚୁରମାର ହୋଇଥିବା ଜଣା ପଡ଼ିଛି। ଦୁର୍ଘଟଣା ସ୍ଥଳକୁ ଦେଖିଲେ ଗାଡ଼ିଟି କେତେ ଦ୍ରୁତ ଗତି ରେ ଥିଲା ଏବଂ କେଉଁ ପରିସ୍ଥିତିରେ ଏଭଳି ଦୁର୍ଘଟଣା ଘଟିଲା ତାହା ତଦନ୍ତ ପରେ ଜଣାପଡ଼ିବ। ଗାଡ଼ିରେ ବସିଥିବା ୪ ଜଣଙ୍କ ମଧ୍ୟରୁ ଏସ ଆଇ ମାମିଲତା ସାମଲଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୩ ଜଣ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା