Masthead

ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ

କଟକ (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଜେଲରୁ ୨ କଏଦୀ ଫେରାର ହେବା ଘଟଣା । ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ । ଫୁଟେଜରେ ଥିବା ଯୁବକ ଆସାମୀ ନୁହଁନ୍ତି କହିଲା ପୋଲିସ । ଫୁଟେଜରେ ଥିବା ବ୍ୟକ୍ତି ଫେରାର ଆସାମୀ ବୋଲି ସନେ୍ଦହ କରାଯାଉଥିଲା ।  ଜେଲ୍‌ରୁ ୨ଡକାୟତ ଚମ୍ପଟ ହେବା ଘଟଣାରେ ୩ ଦିନ ହେଲାଣି ଏଯାଏଁ ଫେରାର କଏଦୀଙ୍କ ପତ୍ତା  ମିଳୁନି । କଏଦୀଙ୍କୁ ଧରିବା ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି । ଏହି ଟିମ୍ ମଧ୍ୟ ବାହାର ରାଜ୍ୟକୁ ଯାଇ ଖୋଜାଖୋଜି କରିବା ଆରମ୍ଭ କରିଛନ୍ତି ।

ଜେଲରୁ କଏଦୀ ଫେରାର ହେବା ଘଟଣା ସାରାରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି । ସବୁଠାରୁ ଅଧିକ ସୁରକ୍ଷା ବ୍ୟବସ୍ଥା ଥିବା ଚୌଦ୍ବାର ଜେଲରୁ କଏଦୀ ଫେରାର ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ପାଚେରୀ ଚଢ଼ି କଏଦୀ ଫେରାର ହୋଇଛନ୍ତି । ଜେଲ୍‌ ପାଚେରୀରେ ଝୁଲିଥିବା କମ୍ବଳକୁ ଯୋଡ଼ି ତିଆରି କରିଥିବା ଦଉଡ଼ି ସହାୟତାରେ ପାଚେରୀ ଡେଇଁ ଚମ୍ପଟ ମାରିଥିଲେ ଦୁଇ କଏଦୀ  । ହାଇ ସିକ୍ୟୁରିଟି ସେଲରେ ଥିବା ଦୁଇ ବିହାରୀ କୁଖ୍ୟାତ ଡକାୟତ ମଧୁକାନ୍ତ ଓ ରାଜା ସାହାଣୀ ଚୌଦ୍ବାର ଜେଲ କର୍ତ୍ତୃପକ୍ଷଙ୍କୁ ଚକମା ଦେଇ ଚମ୍ପଟ ମାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ