Masthead

ଏସଆଇ ପରୀକ୍ଷା କେଳେଙ୍କାରୀ; ଡିଏସପି ରତ୍ନପ୍ରଭାଙ୍କୁ ମଳିଲା ତଦନ୍ତ ଦାୟିତ୍ବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏସଆଇ ପରୀକ୍ଷା କେଳେଙ୍କାରୀ; ରତ୍ନପ୍ରଭାଙ୍କୁ ମଳିଲା ତଦନ୍ତ ଦାୟିତ୍ବ । କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ବ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ତଦନ୍ତ କରିବେ ରତ୍ନପ୍ରଭା । ସୁପରଭାଇଜିଂ ଅଫିସର ଭାବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆଙ୍କୁ ଦାୟିତ୍ବ । ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି । କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ ପୂର୍ବରୁ କଳାଦାଗ ଲାଗିଛି, ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପାଇଁ ସେହି ସବୁ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରାଯାଇଛି ।

କ୍ରାଇମ୍‌ବ୍ରାଞ୍ଚ ଏବେ ଏସବୁ ଦିଗକୁ ନେଇ ତନାଘନା କଲାଣି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍‌ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସିଲିକନ୍‌ ଟେକ୍‌ ଲ୍ୟାବ୍‌ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି। ସେହିପରି ଭୁବନେଶ୍ବର ଓ ବ୍ରହ୍ମପୁରସ୍ଥିତ ପଞ୍ଚସଫ୍‌ଟ ଏବଂ ଅନ୍ୟ ୩ଟି ଅଫିସରେ ଚଢ଼ଉ କରି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିବା ସହ ଅଫିସ୍‌କୁ ସିଲ୍‌ କରିଛି । ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଦାୟିତ୍ବ। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ସେ ତଦନ୍ତ କରିବେ। ସୁପରଭାଇଜିଂ ଅଫିସର ଭାବେ ରହିବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ