Masthead

ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ବିରିଡି ଥାନାର ଥାର୍ଡ଼ ଡିଗ୍ରୀ ଘଟଣା। ବାଲିଆ କୃତିବାସ ପାଟଣା ଗାଁର ପାର୍ଥ ସାରଥି ଦାସ ଜଗତସିଂହପୁର ଏସ୍ପି ଙ୍କ ନିକଟରେ ଆଣିଛନ୍ତି ଏଭଳି ସଂଗୀନ ଅଭିଯୋଗ । ଅଭିଯୋଗ ମୁତାବକ ପାର୍ଥ ସାରଥି ତିର୍ତୋଲ ବିଧାୟକଙ୍କ ସହିତ ଗତ ମାସ ୨୫ ତାରିଖରେ ବିରିଡି ବ୍ଲକ କାର୍ଯ୍ୟାଳୟକୁ ଯାଇ ଏକ ବିଲ ବାବଦରେ ଆଲୋଚନା କରି ଫେରୁଥିବା ବେଳେ କିଛି ଅସାମାଜିକ ଯୁବକ ତାଙ୍କୁ ମାଡ ମାରି ଲହୁ ଲୁହାଣ କରିଥିଲେ। ସେ ଏହାର ପ୍ରତିବାଦ କରିବାରୁ ସେଠାରେ ଉପସ୍ଥିତ ଥିବା ବିରିଡି ଥାନାର ଅଧିକାରୀ ମାଡ ମାରିଥିବା ଯୁବକଙ୍କୁ ଛାଡ଼ି ପାର୍ଥ ସାରଥି ଙ୍କୁ ଥାନାକୁ ଧରିନେଇ ନିସ୍ତୁକ ମାଡ ମାରିଥିବା ନେଇ ପାର୍ଥ ସାରଥି ଅଭିଯୋଗ ଆଣିଛନ୍ତି।

ପାର୍ଥ ସାରଥି ଗୁରୁତର ହୋଇ ଜଗତସିଂହପୁର ପରେ କଟକରେ ଚିକିତ୍ସିତ ହୋଇ ଫେରିବା ପରେ ଏ ଘଟଣା ସମ୍ପର୍କରେ ଏସ୍ପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏସ୍ପି ଏ ଘଟଣା ସମ୍ପର୍କରେ ଜାଣିବାପରେ ଏକ ସ୍ଵତନ୍ତ୍ର ଟିମ ଗଠନ କରି ଆଡିସିନାଲ ଏସ୍ପିଙ୍କୁ ତଦନ୍ତର ଦାୟିତ୍ୱ ଦେବା ସହିତ ଥାନାରେ ସେହିଦିନର ସିସିଟିଭି ଫୁଟେଜ ମିଳୁ ନଥିବାରୁ ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ ମଧ୍ୟ କରାଯାଇଛି । ଯଦି ତଦନ୍ତ ସମୟରେ ସେପରି କିଛି ବି ପ୍ରମାଣ ମିଳେ ତେବେ ତୁରନ୍ତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍ପି ନିଜ ପ୍ରତିକ୍ରିୟାରେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ