Masthead

ପୋଲିସ ବନାମ ପବ୍ଳିକ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇନର ରକ୍ଷକ ପୋଲିସ ସହ ପବ୍ଳିକର ଧସ୍ତାଧସ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ସମ୍ମୁଖରେ ମାସ୍କ ଏବଂ ହେଲମେଣ୍ଟ ଚେକିଂ ହେଉଥିବା ବେଳେ ଘଟିଛି ଏଭଳି ଅଭାବନୀୟ ଘଟଣା । ଜଳେଶ୍ୱର ପୋଲିସ ପକ୍ଷରୁ ଥାନା ସାମନାରେ ହେଲମେଣ୍ଟ ଓ ମାସ୍କ ଚେକିଂ ହେଉଥିଲା । କିଛି ଅମାନିଆଙ୍କ ସହ ପୋଲିସର ଯୁକ୍ତିତର୍କ ହୋଇଥିଲା । ଯୁକ୍ତିତର୍କ ଏତେ ପରିମାଣରେ ବଢ଼ିଯାଇଥିଲା କି ଶେଷରେ ପୋଲିସ ସହ ଅମାନିଆଙ୍କ ଧସ୍ତା ଧସ୍ତି ପର୍ଯ୍ୟନ୍ତ କଥା ଯାଇଥିଲା ।

ଉକ୍ତ ଘଟଣାରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ତାଙ୍କୁ ଜଳେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି ।ଧସ୍ତା ଧସ୍ତି ପରେ ଫେରାର ହୋଇ ଯାଉଥିବା ୨ଜଣଙ୍କୁ ଅଟକ ରଖିଛି ପୋଲିସ । ଅଟକ ଦୁଇଜଣ ହେଲେ ଜଳେଶ୍ୱର ଥାନା ଅଞ୍ଚଳର ଭାଗବତ ପରିଡ଼ାଙ୍କ ପୁଅ ଜୟନାରାୟଣଟ ପରିଡ଼ା ଓ ସେକ ରୁପଚାନ୍ଦଙ୍କ ପୁଅ ସେକ ଗୋଲାମ ମହିମୁଦିନ । ସେପଟେ ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ମୁଖ୍ୟ ଆଶିଷ ଗିରି ଫେରାର ହୋଇଯାଇଛି । ପୋଲିସ ଏକ କେସ ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା