ପୋଲିସ ବନାମ ପବ୍ଳିକ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇନର ରକ୍ଷକ ପୋଲିସ ସହ ପବ୍ଳିକର ଧସ୍ତାଧସ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ସମ୍ମୁଖରେ ମାସ୍କ ଏବଂ ହେଲମେଣ୍ଟ ଚେକିଂ ହେଉଥିବା ବେଳେ ଘଟିଛି ଏଭଳି ଅଭାବନୀୟ ଘଟଣା । ଜଳେଶ୍ୱର ପୋଲିସ ପକ୍ଷରୁ ଥାନା ସାମନାରେ ହେଲମେଣ୍ଟ ଓ ମାସ୍କ ଚେକିଂ ହେଉଥିଲା । କିଛି ଅମାନିଆଙ୍କ ସହ ପୋଲିସର ଯୁକ୍ତିତର୍କ ହୋଇଥିଲା । ଯୁକ୍ତିତର୍କ ଏତେ ପରିମାଣରେ ବଢ଼ିଯାଇଥିଲା କି ଶେଷରେ ପୋଲିସ ସହ ଅମାନିଆଙ୍କ ଧସ୍ତା ଧସ୍ତି ପର୍ଯ୍ୟନ୍ତ କଥା ଯାଇଥିଲା ।

ଉକ୍ତ ଘଟଣାରେ ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ତାଙ୍କୁ ଜଳେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି ।ଧସ୍ତା ଧସ୍ତି ପରେ ଫେରାର ହୋଇ ଯାଉଥିବା ୨ଜଣଙ୍କୁ ଅଟକ ରଖିଛି ପୋଲିସ । ଅଟକ ଦୁଇଜଣ ହେଲେ ଜଳେଶ୍ୱର ଥାନା ଅଞ୍ଚଳର ଭାଗବତ ପରିଡ଼ାଙ୍କ ପୁଅ ଜୟନାରାୟଣଟ ପରିଡ଼ା ଓ ସେକ ରୁପଚାନ୍ଦଙ୍କ ପୁଅ ସେକ ଗୋଲାମ ମହିମୁଦିନ । ସେପଟେ ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ମୁଖ୍ୟ ଆଶିଷ ଗିରି ଫେରାର ହୋଇଯାଇଛି । ପୋଲିସ ଏକ କେସ ରୁଜୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ