Masthead

ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା….

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ବିବାଦରେ ଫସିଲେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍ । ଚେନ୍ନାଇ ପୁଲିସ୍ ତାଙ୍କ ବାସଭବନରୁ ମଙ୍ଗଳବାର ସକାଳେ ଉଦୟନିଧି ଷ୍ଟାଲିନ୍ ଙ୍କୁ ଗିରଫ କରିଛି । ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କ ବିରୋଧରେ ଦିଆଯାଇଥିବା ଏକ ବିବାଦୀୟ ମନ୍ତବ୍ୟକୁ ନେଇ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ସୋମବାର ଏକ ରାଲିରେ ଅଭିନେତ୍ରୀ ତ୍ରିଷ୍ଣାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ସେ କଡା ସମାଲୋଚନାର ଶିକାର ହୋଇଛନ୍ତି । ଗିରଫ ପରେ ଉଦୟନିଧି କହିଛନ୍ତି ଯେ, ସେ ଏହି ମାମଲାର ଆଇନଗତ ଭାବେ ଦୃଢ଼ତାର ସହ ସାମ୍ନା କରିବେ। ଏହି ମାମଲାରେ ପୁଲିସ ତାଙ୍କୁ ଅଟକ ରଖି ପଚରାଉଚରା କରୁଛି । ପୁଲିସ ତାଙ୍କ ବିରୋଧରେ ୬ଟି ଧାରା ଅନୁଯାୟୀ ମାମଲା ରୁଜୁ କରିଛି ।

ସୂଚନା ଅନୁସାରେ, ଉଦୟନିଧି ଷ୍ଟାଲିନଙ୍କ ବୟାନ ଏବେ କଠୋର ସମାଲୋଚନାର ସମ୍ମୁଖୀନ ହେଉଛି। ଶାସକ ଟିଭିକେ ଦଳ ଡିଏମକେ ନେତାଙ୍କୁ ସମାଲୋଚନା କରି କ୍ଷମା ମାଗିଛି। ଟିଭିକେ ନେତା ଆଧବ ଅର୍ଜୁନ ଉଦୟନିଧିଙ୍କୁ ରାଜନୀତିର ମାନଦଣ୍ଡକୁ ନିମ୍ନଗାମୀ କରିବା ଏବଂ ମହିଳାଙ୍କୁ ଅପମାନିତ କରିବାର ଅଭିଯୋଗ ଆଣିଛନ୍ତି । ଉଦୟନିଧିଙ୍କ ଏହି ମନ୍ତବ୍ୟ ପରଠାରୁ ରାଜ୍ୟରେ ତୀବ୍ର ବିବାଦ ଏବଂ ରାଜନୈତିକ ହଙ୍ଗାମା ଦେଖାଦେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ