Masthead

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ହିନ୍ଦୋଳ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟ ଦେବାପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳ ୭ଟାରୁ ସବୁ ବୁଥରେ ଭୋଟରଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି । ଏହାରି ଭିତରେ ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଛି। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ ଜଣାପଡିନାହିଁ।

ସେପଟେ ବୁଥ୍‌କୁ ଭୋଟ୍‌ ଦେବାକୁ ଆସିଥିବା ବୃଦ୍ଧାଙ୍କ ମୃତ୍ୟୁ । ଭାପୁର ବ୍ଲକ ବାଘୁଆପଲ୍ଲୀ ବଳଦିଆନୂଆଗାଁ ବୁଥ୍‌କୁ ଆସିଥିଲେ । ଭୋଟ୍‌ ଦେବା ବେଳେ ବୃଦ୍ଧା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ । ମେଡିକାଲ୍‌ରେ ବୃଦ୍ଧାଙ୍କୁ ମୃତ ଘୋଷଣା କଲେ ଡାକ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା