ମଣିପୁରରେ ସାନି ମତଦାନ ଆରମ୍ଭ

ମଣିପୁର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ମଣିପୁରରେ ସୋମବାର ସାନି ମତଦାନ ଆରମ୍ଭ ହୋଇଛି। ଗତ ୧୯ ତାରିଖରେ ଭୋଟଗ୍ରହଣ ସମୟରେ କେତେକ ନିର୍ବାଚନମଣ୍ଡଳୀରେ ହିଂସା ଦେଖିବାକୁ ମିଳିଥିଲା। ଇଭିଏମ ଟ୍ୟାମ୍ପରିଂ ଅଭିଯୋଗରେ ଅନେକ ବୁଥରେ ସଂଘର୍ଷ ହେବା ସାଙ୍ଗକୁ ଗୁଳିମାଡ଼ ମଧ୍ୟ ହୋଇଥିଲା। ଖୁରେଇ ନିର୍ବାଚନମଣ୍ଡଳୀର ମୋଇରାଙ୍ଗକାମ୍ପୁ ସାଜେବ ଓ ଥୋଙ୍ଗମ ଲେକାଇ, କ୍ଷେତ୍ରିଗାଓରେ ୪ଟି ବୁଥ, ପୂର୍ବ ଇମ୍ଫାଲ ଜିଲାର ଗୋଟିଏ ବୁଥ, ଉରିପକ୍‌ର ୩ଟି ବୁଥ୍‌ ଏବଂ ପଶ୍ଚିମ ଇମ୍ଫାଲ ଜିଲାର ଗୋଟିଏ ବୁଥରେ ଏହି ସାନି ମତଦାନ ପ୍ରକ୍ରିୟା ଜାରି ରହିଛି।

ଏସବୁ ବୁଥ୍‌ରେ ଗତ ୧୯ ତାରିଖରେ ଭୋଟ ବେଳେ ହିଂସା ଦେଖିବାକୁ ମିଳିଥିଲା। ତେଣୁ ଏଠାରେ ପୁଣି ଥରେ ଭୋଟଗ୍ରହଣ ବ୍ୟବସ୍ଥା କରିବାକୁ ନିର୍ବାଚନ ଆୟୋଗ ମଣିପୁର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ।ମଣିପୁରର ଦୁଇଟି ଲୋକ ସଭା ଆସନ ପାଇଁ ଶୁକ୍ରବାର ହୋଇଥିବା ଭୋଟ ସମୟରେ କଂଗ୍ରେସ ୪୭ଟି ମତଦାନ କେନ୍ଦ୍ରରେ ପୁନଃମତଦାନ ଦାବି କରିଛି। ତେବେ ଆପତ୍ତି ଉପରେ ବିଚାର କରିବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) କେବଳ ୧୧ଟି କେନ୍ଦ୍ରରେ ପୁନଃମତଦାନ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ