Masthead

ପୋଲସରା ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ, ବନ୍ଦ ହେଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଆସିକା (ବଡ଼ ଖବର ବ୍ୟୁରୋ): ପୋଲସରା ନିର୍ବାଚନ ମଣ୍ଡଳୀ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ । ବୁଗଡା ବ୍ଲକର ବିଧାୟକ ଆଶାୟୀ ପ୍ରାର୍ଥୀଙ୍କ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ପୋଲସରା ବିଧାୟକଙ୍କ ସମର୍ଥକମାନେ ପ୍ରବେଶ କରି ହୋ ହାଲ୍ଲା କରିଥିଲେ । ଯହାଦ୍ୱାରା ବନ୍ଧୁ ମିଳନ କାର୍ଯ୍ୟ ଆରମ୍ଭ ନହେଉଣୁ ଭଣ୍ଡୁର ହୋଇ ଥିଲା । ଏହି କାର୍ଯ୍ୟକ୍ରମ ପୋଲସରା ମାତୃଶକ୍ତି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିବା ବେଳେ ବିଜେଡିର ଅନ୍ୟତମ ଆଶାୟୀ ପ୍ରାର୍ଥୀ ଅବସପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜିତ କରିଥିଲେ ।

ଏତିକି ବେଳେ ବୈଠକ ଆରମ୍ଭରୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମର୍ଥକମାନେ ପଶି ହୋ ହାଲ୍ଲା କରିଥିଲେ । ଗୋଟିଏ ପଟେ ଆଶାୟୀ ଗୋପାଳ ଚନ୍ଦ୍ର ନାୟକ ନବୀନ ପଟ୍ଟନାୟକ ଜିନ୍ଦାବାଦ କହୁଥିବା ବେଳେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମର୍ଥକମାନେ ଶ୍ରୀକାନ୍ତ ସାହୁ ଜିନ୍ଦାବାଦ ନାରା ଦେଇଥିବା ଦେଖିବାକୁ ମିଳିଥିଲା । ଯାହା ଫଳର ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଯୋଗୁଁ ବୁଦ୍ଧିଜୀବୀ ମହଲରେ ନିନ୍ଦା କରାଯାଇଥିବା ଦେଖିବାକୁ ମିଳିଥିଲା । ସେପଟେ ଗଣତାନ୍ତ୍ରିକ ରାଷ୍ଟ୍ରରେ ବିଧାୟକଙ୍କ ସମର୍ଥକଙ୍କ ଏଭଳି କାର୍ଯ୍ୟକୁ ଗୋପାଳ ଚନ୍ଦ୍ର ନାୟକଙ୍କ ସମର୍ଥକମାନେ କ୍ଷୋଭ ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା