Masthead

ସରକାରଙ୍କ ଦୃଷ୍ଟି ଆଢୁଆଳରେ ଦୁଃସ୍ଥ ପରିବାର

ବରୀ (ବଡ଼ ଖବର ବ୍ୟୁରୋ): ସରକାର ଗରିବ ଅସହାୟ ଲୋକଙ୍କ ପାଇଁ ଖଞ୍ଜିଦେଇଛନ୍ତି ମାଳ ମାଳ ଯୋଜନା । ମାତ୍ର ସେସବୁ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଁଚି ପାରୁନି । ସରକାରଙ୍କ ଦୃଷ୍ଟି ଆଢୁଆଳରେ ଏବେବି ବେସାହାରା ହୋଇ ପାଲ ତଳେ ଜୀବନ କାଟୁଛନ୍ତି ଦୁଇ ପରିବାର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବରୀ ବୋଦୁଆ ପଞ୍ଚାୟତରେ । ୨୦୨୦ ବନ୍ୟାରେ ଏହି ଦୁଇ ପରିବାରଙ୍କର ଘର ସମ୍ପୁର୍ଣ୍ଣ ଭାସି ଯାଇଥିଲା । ଆର୍ଥିକ ଅବସ୍ଥା ଭଲ ନଥିବାରୁ ମୁଣ୍ଡ ଗୁଞ୍ଜିବା ପାଇଁ ଘର ନଥିବାରୁ ରାସ୍ତା କଡ଼ରେ ପାଲ ଟାଙ୍ଗି ଜୀବନ ବିତାଉଛନ୍ତି । ସରକାରଙ୍କ ମାଳ ମାଳ ଯୋଜନା ଥାଇ ମଧ୍ୟ ବଞ୍ଚିତ ଏହି ପରିବାର । ବାରମ୍ବାର ପ୍ରଶାସନକୁ ଗୁହାରୀ କଲେ ମଧ୍ୟ କିଛି ସୁଫଳ ମିଳୁନାହିଁ । ସରକାରୀ ସହାୟତା ଯୋଗାଇଦେବା ପାଇଁ ଦାବି କରିଛନ୍ତି ଏହି ଦୁଇ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ