Masthead

ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର । ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ ମହିଳା । ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଭାଲିଆଡ଼ାଳ ଗ୍ରାମ ପଞ୍ଚାୟତ ଭାଲିଆଡାଳ ଗ୍ରାମ ବେଣୁଆଦର ସାହିରେ। ବେଣୁଆଦର ସାହିର ରାମ ପୂର୍ତ୍ତିଙ୍କ ଗର୍ଭବତୀ ସ୍ତ୍ରୀ ସମ୍ବାରି ପୂର୍ତ୍ତିଙ୍କ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ସ୍ୱାମୀ ରାମ ଫୋନ୍ ଯୋଗେ ୧୦୮ ଆମ୍ବୁଲାନ୍ସ କୁ ଡାକିଥିଲେ।

ମାତ୍ର ଆମ୍ବୁଲାନ୍ସ ଭାଲିଆଡାଳରୁ ବେଣୁଆଦର କୁ ପ୍ରାୟ ୨ କିମି ରାସ୍ତା ଅତି ଖରାପ ଥିବାରୁ ୧୦୮ ଆମ୍ବୁଲାନ୍ସ ସାହି କୁ ଯାଇପାରି ନପାରି ଅଧାବାଟରେ ଅଟକି ରହିଥିଲା। ଫଳରେ ଗର୍ଭ ଯନ୍ତ୍ରଣା ପାଉଥିବା ସମ୍ବାରିକୁ ଶେଷ ରେ ଗ୍ରାମବାସୀ ଏକ ଖାଟିଆରେ ବୋହି ଆଣି ଆମ୍ବୁଲାନ୍ସ ପାଖକୁ ଆଣିଥିଲେ ଓ ଡାକ୍ତରଖାନା ରେ ଭର୍ତ୍ତି କରିଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ରରେ ସମ୍ବାରି ଏକ କନ୍ୟା ପ୍ରସବ କରିଥିବା ବେଳେ ସ୍ୱାସ୍ଥ୍ୟ କେନ୍ଦ୍ର ରେ ମା ଓ ଜନ୍ମିତ ଶିଶୁ ର ଅବସ୍ଥା ଭଲ ଥିବାର ଜଣାଯାଇଛି।

ସରକାରଙ୍କ ଗର୍ଭବତୀ , ଶିଶୁ ଓ ମା ଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଦୁର୍ଗମ ଅଞ୍ଚଳକୁ ଭଲ ରାସ୍ତା ସାତ ସପନ ପାଲଟିଛି । ରାସ୍ତାପାଇଁ ଲୋକେ ସମସ୍ୟା ରେ ପଡୁଛନ୍ତି। ତେବେ ଏ ସମ୍ବନ୍ଧରେ ବାରମ୍ବାର ପ୍ରଶାସନ ର ଦୃଷ୍ଟି ଆକ୍ରମଣ କରି ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଗାଁ କୁ ଖଣ୍ଡିଏ ଭଲ ରାସ୍ତା ହୋଇପାରୀଲା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ