Masthead

ରାଜ୍ୟରେ ନିଅଣ୍ଟିଆ ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ଅନେକ ସ୍ଥାନରେ ଅଭାବୀ ବର୍ଷା । ଅଗଷ୍ଟ ଶେଷ ସପ୍ତାହରେ ରାଜ୍ୟରେ ପାଗ ଶୁଖିଲା । ଲଘୁଚାପ ପ୍ରଭାବରେ ୧୫ ତାରିଖରୁ ୧୮ ତାରିଖ ଯାଏ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଲା। କିନ୍ତୁ ଏହି ବର୍ଷା ରାଜ୍ୟର ନିଅଣ୍ଟିଆ ବର୍ଷା ସ୍ଥିତିକୁ ଭରଣା କରିବାରେ ଅକ୍ଷମ ହେଲା। ଏହାକୁ ନେଇ ଚିନ୍ତାରେ ଚାଷୀ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଆଜିଠାରୁ ୫ ଦିନ ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ନାହିଁ ।

ଏଥିସହ ୨୫ଟି ଜିଲ୍ଲାରେ ଅଭାବୀ ବର୍ଷା ସ୍ଥିତି ସୃଷ୍ଟି ହୋଇଛି । ରାଜ୍ୟରେ ମରୁଡ଼ି ପରିସ୍ଥିତି ସୃଷ୍ଟି ମଧ୍ୟ ହେଲାଣି। ଅନ୍ୟପଟେ ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ କମିଯିବ। ଅଗଷ୍ଟ ଶେଷ ସପ୍ତାହରେ ବି ବର୍ଷାର ବିଶେଷ ସମ୍ଭାବନା ନଥିବାରୁ ନିଅଣ୍ଟିଆ ବର୍ଷା ସ୍ଥିତି ଆଗକୁ ଆହୁରି ଚିନ୍ତାଜନକ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ମତ ଦେଲେଣି।

ପାଖାପାଖି ୨୫ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ଅଧିକ ପ୍ରଭାବିତ ହୋଇଛି ଯାଜପୁର ଜିଲ୍ଲା। ଏଠାରେ ୫୪% କମ୍ ବର୍ଷା ରେକର୍ଡ ହୋଇଥିବା ବେଳେ ଏଥିସହ ଭଦ୍ରକରେ ୫୨%, କେନ୍ଦୁଝରରେ ୪୨% ଓ ବଲାଙ୍ଗୀରରେ ୪୧% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଯାଇଛି। ଅଗଷ୍ଟ ଶେଷ ସୁଦ୍ଧା ନିଅଣ୍ଟିଆ ବର୍ଷାର ପରିମାଣ ୫୦%କୁ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ