Masthead

୨୩ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୨ରୁ ୨୪ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଏକପ୍ରକାର ନିଶ୍ଚିତ । ପ୍ରଭାବରେ ଏହା ଘନୀଭୂତ ହୋଇ ଲଘୁଚାପ ସୃଷ୍ଟି ହୋଇପାରେ । ପରେ ଅଧିକ ଘନୀଭୂତ ହୋଇ ପୂର୍ବ ଓ ଦକ୍ଷିଣ ଉପକୂଳ ମୁହାଁ ହେବ । ଧିରେ ଧିରେ ସ୍ଥିତି ସ୍ପଷ୍ଟ ହେବ । ସମ୍ଭାବ୍ୟ ପାଣିପାଗ ପରିବର୍ତ୍ତନ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୧ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିପାରେ । ପରବର୍ତ୍ତୀ ସମୟରେ ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ଆଗାମୀ ତିନି ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହୋଇପାରେ ।  ତେବେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଅକ୍ଟୋବର ମାସ ହୋଇଥିବାରୁ ବିଭିନ୍ନ ମଡେଲ୍ ଆକଳନ ବାତ୍ୟା ଭୟ ବଢାଇଛି । ବିଭିନ୍ନ ମଡେଲ୍‌ ବାତ୍ୟା ପୂର୍ବାନୁମାନ ଓ ଅକ୍ଟୋବର ସଂଯୋଗ ଡର ବଢ଼ାଇଛି । ସମୁଦ୍ର ଜଳପତ୍ତନର ତାପମାତ୍ରା ଅଧିକ ରହିଥିବାବେଳେ ଏହା ବାତ୍ୟା ଗଠନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିପାରେ । ପୂର୍ବରୁ ସମ୍ଭାବ୍ୟ ଚିତ୍ରରୁ ବାତ୍ୟାର କେନ୍ଦ୍ରସ୍ଥଳରେ ଦର୍ଶାଯାଇଥିବା ବାୟୁମଣ୍ଡଳୀୟ ଚାପରୁ ଏହା ଅତି ଭୀଷଣ ବାତ୍ୟା (ଏକ୍ସଷ୍ଟ୍ରିମଲି ସିଭିୟର ସାଇକ୍ଲୋନ) ରୂପ ନେବା ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ହୋଇପାରେ । ଏହା ଘନୀଭୂତ ହୋଇ ଶକ୍ତିଶାଳୀ ବାତ୍ୟା ରୂପ ନେଇପାରେ । ୩୦ ତାରିଖବେଳକୁ ଏହା ସ୍ଥଳଭାଗରେ ପ୍ରବେଶ କରିପାରେ ।ଏହା କେବଳ ପ୍ରାକ୍ ଆକଳନ । ଏବେଠାରୁ ସମ୍ଭାବ୍ୟ ଗତିପଥ, ତୀବ୍ରତା ଓ ସ୍ଥଳଭାଗ ଛୁଇଁବା ସ୍ଥାନ ନେଇ ସ୍ପଷ୍ଟ ଭାବେ କୁହାଯାଇପାରିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲୋକସେବା ଭବନରେ CMଙ୍କ ବଡ଼ ବୈଠକ 🔴 ୨୩ରେ ଲଘୁଚାପ ସମ୍ଭାବନା 🔴 ୫୭ ଦିନ ପରେ ଅଭିଯୁକ୍ତ ପୁଅ ଗିରଫ 🔴 ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଡ୍ରଗ୍ସ ଜବତ 🔴 ପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ ପର୍ବ ପାଳନ 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ! 🔴 ଲୋକସେବା ଭବନରେ CMଙ୍କ ବଡ଼ ବୈଠକ 🔴 ୨୩ରେ ଲଘୁଚାପ ସମ୍ଭାବନା 🔴 ୫୭ ଦିନ ପରେ ଅଭିଯୁକ୍ତ ପୁଅ ଗିରଫ 🔴 ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ଡ୍ରଗ୍ସ ଜବତ 🔴 ପୀଠରେ ନବମୀ, ମଣ୍ଡପରେ ଅଷ୍ଟମୀ ପର୍ବ ପାଳନ 🔴 ଆଜି ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜ ମୋହନ ରାମ 🔴 ପିପିଲି କଲେଜ ସମ୍ପୂର୍ଣ୍ଣ ଦଖଲ କଲା ଏବିଭିପି 🔴 ଯନ୍ତ୍ରୀଙ୍କ ନିକଟରୁ ମିଳିଲା ପୁଳା ପୁଳା ଟଙ୍କା 🔴 ଆଜି ଓଡ଼ିଶା ଆସିବେ ରାଜ୍ୟପାଳ 🔴 ୨୫ରେ ଲଘୁଚାପ!