ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ନୂଆ ପାଣିପାଗ ସୃଷ୍ଟି ହେବାକୁ ଯାଉଛି। ପାଣିପାଗ ମଡେଲ୍ର ଆକଳନ ଅନୁଯାୟୀ, ନଭେମ୍ବର ୧୧ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା କ୍ରମଶଃ ଘନୀଭୂତ ହୋଇ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ।
ପରବର୍ତ୍ତୀ ସମୟରେ ୧୫ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବାର ଆକଳନ କରାଯାଉଛି । ତେବେ ସମ୍ଭାବ୍ୟ ଲଘୁଚାପର ଗତିପଥ ଓ ତୀବ୍ରତା ନେଇ ଏବେଠାରୁ ସ୍ପଷ୍ଟ ଆକଳନ କରିବା ସମ୍ଭବ ହୋଇନାହିଁ । ଏହାର ପ୍ରଭାବ ଓଡ଼ିଶା ଉପରେ କେତେ ରହିବ, ତାହା ଆଗାମୀ ପାଣିପାଗ ଆକଳନରୁ ସ୍ପଷ୍ଟ ହେବ। ତେବେ ଏବେ ପାଇଁ ରାଜ୍ୟରେ ଶୁଖିଲା ପାଗ ସହ ହାଲୁକା ଶୀତର ଅନୁଭୂତି ମିଳିବାକୁ ଯାଉଛି ।