୨ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଆହୁରି ୨ଦିନ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗୁରୁବାର ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ପୁରୀ ଏବଂ ଜଗତ୍‌ସିଂହପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଶୁକ୍ରବାର ଜଗତ୍‌ସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶନିବାର କୋରାପୁଟରେ ପ୍ରବଳ ବର୍ଷା ହେବା ସହିତ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଅନ୍ୟପକ୍ଷରେ ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନ କିମ୍ବା ରାତି ତାପମାତ୍ରାରେ ସେଭଳି ବିଶେଷ ପରିବର୍ତ୍ତନ ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ଉପକୂଳ ଅଞ୍ଚଳରେ ବର୍ଷା ହେବ । ୨୨ରୁ ୨୮ ତାରିଖ ଭିତରେ ଦେଶର ପୂର୍ବ ଉପକୂଳର ବିସ୍ତୃତ ଅଞ୍ଚଳରେ ଭଲ ବର୍ଷା ହେବ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି ) ର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ ଦିଆଯାଇଛି । ଆଇଏମ୍‌ଡ଼ି  ପକ୍ଷରୁ ଆକଳନ କରି କୁହାଯାଇଛି, ୧୫ରୁ ୨୧ ତାରିଖ ଭିତରେ ଓଡ଼ିଶାରେ ବର୍ଷା ନେଇ କୌଣସି ସୂଚନା ନାହିଁ । ଏହି ସମୟରେ ଦେଶରେ ମଧ୍ୟ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇପାରେ । ୨୨ରୁ ୨୮ ତାରିଖ ଭିତରେ ଓଡ଼ିଶାରେ ବର୍ଷ । ସମ୍ଭାବନା ଥିଲେ ବି ଦେଶର ପୂର୍ବ ଭାଗରେ ସ୍ୱାଭାବିକଠାରୁ କମ୍ ବର୍ଷ । ହୋଇପାରେ ବୋଲି ଆଇଏମଡି ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ୨ଦିନ ବର୍ଷା ସମ୍ଭାବନା 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ!