ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୩ ତାରିଖ ବେଳକୁ ପୂର୍ବ  କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ  ୧୪ରେ ଅବପାତ ରୂପ ନେଇପାରେ ।  ୧୫ ତାରିଖକୁ ଏହା ଗଭୀର ଅବପାତରେ ପରିଣତ ହୋଇପାରେ ।  ୧୬ ତାରିଖବେଳକୁ ଆନ୍ଧ୍ର କିମ୍ବା ଓଡ଼ିଶା  ଉପକୂଳ ଛୁଇଁପାରେ । ସେପ୍ଟେମ୍ବର  ଶେଷ ସପ୍ତାହରେ ଆସିଥିବା ଗଭୀର  ଅବପାତ ଭଳି ଏହା ସ୍ଥଳଭାଗ ଛୁଇଁବା  ପରେ ବେଶି ଭିତରକୁ ପ୍ରବେଶ କରିନପାରେ । ଉପକୂଳରେ ହିଁ  ଅଧିକ ପ୍ରଭାବ ରହିପାରେ । ଯଦି  ଆକଳନ ସତ  ହୁଏ, ତେବେ ଓଡ଼ିଶାରେ ୧୪ରୁ  ବର୍ଷା ହୋଇପାରେ । ୧୮ ଯାଏଁ ବର୍ଷା  ପ୍ରକୋପ ରହିପାରେ । ଯଦି ଗଭୀର ଅବପାତ କିମ୍ବା ତା’ଠାରୁ ଅଧିକ ଘନୀଭୂତ ହୁଏ, ବର୍ଷା ପ୍ରକୋପ ଅଧିକ ରହିବ ।

ଅନ୍ୟପକ୍ଷରେ ଅନୁଗୁଳରେ ତାପମାତ୍ରା ୩୫.୭ ଡିଗ୍ରୀ, ଟିଟିଲାଗଡ଼ରେ ୩୫.୫,  ସୋନପୁରରେ ୩୫.୩, ଛତ୍ରପୁରରେ ୩୫.୨, ତାଳଚେରରେ ୩୫.୨ ଡିଗ୍ରୀ ରେକର୍ଡ  ହୋଇଛି । ପୁରୀରେ ସ୍ୱାଭାବିକଠାରୁ ୩.୫ ଡିଗ୍ରୀ ଅଧିକ ତାପମାତ୍ରା ରେକର୍ଡ ହୋଇଛି ।  ଅନୁଗୁଳରେ ସ୍ୱାଭାବିକଠାରୁ ୨.୬, ଟିଟିଲାଗଡ଼ରେ ୧.୪ଡିଗ୍ରୀ ଅଧିକ ରହିଥିଲା । ଆଜି ଓ ଗୁରୁବାର ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ବୁଧବାର  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼,  କେନ୍ଦୁଝର ଓ ମୟୂରଭଞ୍ଜର ସ୍ଥାନେ ସ୍ଥାନେ ବର୍ଷା ହୋଇପାରେ । ଗୁରୁବାର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ  ଆକଳନ କରିଛି । ଅନୁମାନ କରାଯାଉଛି, ଏବେ ଖରା ପ୍ରକୋପ ସାମାନ୍ୟ କମିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ