ସମ୍ଭାବ୍ୟ ତୃତୀୟ ଲହର: ଶିଶୁମାନଙ୍କର ହେବ ଆରଟିପିସିଆର ଟେଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାର ତୃତୀୟ ଲହର ନେଇ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ । ତୃତୀୟ ଲହର ଶିଶୁଙ୍କୁ ଅଧିକ ସଂକ୍ରମିତ କରିବା ନେଇ ଆଶଙ୍କା କରାଯାଉଛି । ଏହାକୁ ନେଇ ଶିଶୁମାନଙ୍କ ଆରଟିପିସିଆର ଟେଷ୍ଟ କରାଯିବାକୁ ନିଷ୍ପତି ନିଆଯାଇଛି । ଶିଶୁ ୱାର୍ଡରେ ଆଡମିଶନ ହେବା ପୂର୍ବରୁ ଶିଶୁମାନଙ୍କ ପରୀକ୍ଷାକୁ ସୁନିଶ୍ଚିତ କରାଯିବ । ଆରଟିପିସିଆର ରିପୋର୍ଟ ନଥିଲେ ବି ହସ୍ପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ଶିଶୁଙ୍କୁ ଚିକିତ୍ସା କରାଯିବ । ରାଜ୍ୟସ୍ତରୀୟ ଶିଶୁ କୋଭିଡ୍ କେୟାର ଟାସ୍କ ଫୋର୍ସ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି  । ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହରକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି । ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ଟାସ୍କ ଫୋର୍ସ ଗଠନ ହେବ । ଏଥିରେ ସିଡିଏମ୍ଓଙ୍କ ସମେତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଓ ନିଶ୍ଚେତକ ବିଶେଷଜ୍ଞ ସାମିଲ ରହିବେ । ସ୍ୱାବ୍ ନମୁନା କିପରି ସଂଗ୍ରହ କରାଯିବ ଜିଲ୍ଲାପାଳମାନେ ସପ୍ତାହରେ ଥରେ ବୈଠକ କରିବା ପାଇଁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି