ସମ୍ଭାବ୍ୟ ତୃତୀୟ ଲହର: ଶିଶୁମାନଙ୍କର ହେବ ଆରଟିପିସିଆର ଟେଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାର ତୃତୀୟ ଲହର ନେଇ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ । ତୃତୀୟ ଲହର ଶିଶୁଙ୍କୁ ଅଧିକ ସଂକ୍ରମିତ କରିବା ନେଇ ଆଶଙ୍କା କରାଯାଉଛି । ଏହାକୁ ନେଇ ଶିଶୁମାନଙ୍କ ଆରଟିପିସିଆର ଟେଷ୍ଟ କରାଯିବାକୁ ନିଷ୍ପତି ନିଆଯାଇଛି । ଶିଶୁ ୱାର୍ଡରେ ଆଡମିଶନ ହେବା ପୂର୍ବରୁ ଶିଶୁମାନଙ୍କ ପରୀକ୍ଷାକୁ ସୁନିଶ୍ଚିତ କରାଯିବ । ଆରଟିପିସିଆର ରିପୋର୍ଟ ନଥିଲେ ବି ହସ୍ପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ଶିଶୁଙ୍କୁ ଚିକିତ୍ସା କରାଯିବ । ରାଜ୍ୟସ୍ତରୀୟ ଶିଶୁ କୋଭିଡ୍ କେୟାର ଟାସ୍କ ଫୋର୍ସ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି  । ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହରକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି । ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ଟାସ୍କ ଫୋର୍ସ ଗଠନ ହେବ । ଏଥିରେ ସିଡିଏମ୍ଓଙ୍କ ସମେତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଓ ନିଶ୍ଚେତକ ବିଶେଷଜ୍ଞ ସାମିଲ ରହିବେ । ସ୍ୱାବ୍ ନମୁନା କିପରି ସଂଗ୍ରହ କରାଯିବ ଜିଲ୍ଲାପାଳମାନେ ସପ୍ତାହରେ ଥରେ ବୈଠକ କରିବା ପାଇଁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!