Masthead

ଦୂର ହେବ ଆଳୁ ଟେନସନ; ଓଡ଼ିଶାରେ ପହଞ୍ଚିଲା ୟୁପି ଆଳୁ ଟ୍ରକ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୂର ହେଲା ଆଳୁ ଟେନସନ। ଓଡ଼ିଶାରେ ପହଞ୍ଚିଲା ୟୁପି ଆଳୁ ଟ୍ରକ୍ । ଉତ୍ତରପ୍ରଦେଶରୁ ଗୋଟିଏ ଟ୍ରକ୍ ଆଳୁ ଆଜି ସକାଳେ କଟକ ଛତ୍ର ବଜାରରେ ପହଞ୍ଚିଥିବା ବେଳେ ୪ଟ୍ରକ୍ ଆଳୁ ପଶ୍ଚିମବଙ୍ଗରୁ ଆସି ପହଞ୍ଚିଥିବା ଜଣାଯାଇଛି। ପଶ୍ଚିମବଙ୍ଗରୁ ଏହି ଆଳୁ ଗାଡ଼ି ଗଳାବାଟ ଦେଇ ଆସିଥିବା ସୂଚନା ରହିଛି। ସେହିପରି ଉତ୍ତରପ୍ରଦେଶରୁ ଭୁବନେଶ୍ୱର ଆଇଗିଣିଆ ମାର୍କେଟକୁ ୧୦ରୁ ୧୨ଟ୍ରକ ଆଳୁ ପହଞ୍ଚିଛି। ଆଳୁ ଗାଡ଼ି ପହଞ୍ଚିବା ପରେ ବଜାରରେ ଆଳୁ ଦର ହ୍ରାସ ପାଇବ ବୋଲି ଗ୍ରାହକ ଆଶାବାଦୀ ଅଛନ୍ତି। ଓଡ଼ିଶା ବ୍ୟବସାୟୀ ମହାସଂଘ ସାଧାରଣ ସଂପାଦକ ସୁଧାକର ପଣ୍ଡା କହିଛନ୍ତି, ଆଜି ସକାଳେ ୪ ଟ୍ରକ୍ ଆଳୁ ପଶ୍ଚିମବଙ୍ଗ ଓ ଗୋଟିଏ ଟ୍ରକ୍ ଆଳୁ ୟୁପିରୁ ଛତ୍ରବଜାରକୁ ଆସିଛି।

ସରକାର ୩୦୦ ଟ୍ରକ୍ ଆଳୁ ଟ୍ରକ୍ ୟୁପିରୁ ଆଣିବେ ବୋଲି କହିଛନ୍ତି। ଆଜି ବି ସେ ଗାଡ଼ି ପହଞ୍ଚିଯିବ। ସେପଟେ କିନ୍ତୁ ଚଢ଼ା ଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗରେ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଯୋଗାଣ ବିଭାଗର ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ୪ନଂ ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିବା ବେଳେ କଟକ ଛତ୍ର ବଜାରରେ ଦୋକାନ ଓ ଗୋଦାମରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ଆଳୁ ୪୦ ଟଙ୍କାରୁ ଅଧିକ ଦରରେ ବିକ୍ରି କରାଗଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଯୋଗାଣ ଅଧିକାରୀ କହିଛନ୍ତି। ଭୁବନେଶ୍ୱର ୪ନଂ ମାର୍କେଟରେ ଚଢ଼ାଉ ବେଳେ ଯୋଗାଣ ଅଧିକାରୀ କହିଛନ୍ତି, ୪୦ ଟଙ୍କାରୁ ଅଧିକ ବିକିଲେ ଦୋକାନୀକୁ ପ୍ରଥମେ ନୋଟିସ ଦିଆଯିବ। ସେମାନେ ନୋଟିସରେ କ’ଣ ଜବାବ ରଖିବେ ତାକୁ ଆମେ ଦେଖିବୁ। ପରେ ତାଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ନିଆଯିବ ।ବ୍ୟବସାୟୀଙ୍କୁ ରେଟ୍ ଚାର୍ଟ ଲଗାଇବାକୁ କୁହାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ