Masthead

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଲେ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ। ହାତ ଛାଡ଼ିବା ପରେ ଶଙ୍ଖ ଧରିପାରନ୍ତି ପ୍ରଦୀପ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ନୂଆ ରାଜନୈତିକ ଇନିଙ୍ଗସ୍ ଆରମ୍ଭ କରିବାକୁ ଯାଉଛନ୍ତି ନବରଙ୍ଗପୁରର ପୂର୍ବତନ ସାଂସଦ। ପୂର୍ବରୁ ଦଳ ଛାଡ଼ିବା ଚର୍ଚ୍ଚା ହେଉଥିଲା । ରାହୁଲ ଗାନ୍ଧି ଡାକି ବୁଝାଇଥିଲେ ତଥାପି ହାତ ଛାଡିଛନ୍ତି ପ୍ରଦୀପ। କଂଗ୍ରେସର ଏହି ହେଭିଓ୍ବେଟ ପୂର୍ବରୁ ନବରଙ୍ଗପୁର ଲୋକସଭା ସାଂସଦ ଭାବେ ଜିତିଥିଲେ ।

ପ୍ରଥମ ଥର ସାଂସଦ ଥିଲେ ବି ଯୁବ ନେତା ଭାବେ ଦିଲ୍ଲୀ କଂଗ୍ରେସ ରାଜନୀତିରେ ତାଙ୍କର ପ୍ରଭାବ ଭଲ ଥିଲା । ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଚିନ ପାଇଲଟଙ୍କ ଭଳି ପ୍ରଦୀପ ମାଝୀ ମଧ୍ୟ ରାହୁଲ ଗାନ୍ଧୀଙ୍କ କୋର ଟିମରେ ସଦସ୍ୟ ଥିଲେ। ହେଲେ ଲଗାତାର ୨ ଥର ସାଂସଦ ପ୍ରାର୍ଥୀ ହୋଇ ହାରିବା ପରେ ଏବେ ଦଳ ଛାଡ଼ିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର