Masthead

୨୪ ରେ ଶଙ୍ଖ ଧରିବେ ପ୍ରଦୀପ !

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ୨୪ ରେ ଶଙ୍ଖ ଧରି ପାରନ୍ତି ହାତ ଛାଡ଼ିଥିବା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ। ନବରଙ୍ଗପୁରେ ଏକ ବିରାଟ ସମାବେଶରେ ନିଜ ଶତାଧିକ ସମର୍ଥକଙ୍କୁ ନେଇ ବିଜେଡିରେ ମିଶିବେ ବୋଲି ପ୍ଲାନ ହୋଇଥିବା ବିଶେଷ ସୂତ୍ରରୁ ଜଣା ପଡ଼ିଛି । ହେଲେ ଏଭଳି ଚର୍ଚ୍ଚାକୁ ନେଇ ପ୍ରଦୀପ ମାଝି କିଛି ପ୍ରତିକ୍ରିୟା ରଖିନାହାନ୍ତି । ବିଜେଡିରେ ସାମିଲ ହୋଇ ଆଗାମୀ ପଞ୍ଚାୟତ ନିର୍ବାଚନରେ ନିଜର ନୂଆ ରାଜନୈତିକ ଇନିଙ୍ଗସ୍ ଆରମ୍ଭ କରିବାକୁ ଯାଉଛନ୍ତି ପ୍ରଦୀପ।

ଏକଦା ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ଥିବା ପ୍ରଦୀପଙ୍କ ବାପା ଭଗବାନ ମାଝୀ ରାଜ୍ୟସଭା ସାଂସଦ ହୋଇଥିଲେ । ଆଉ କଂଗ୍ରେସରୁ ଲଗାତାର ଦୁଇ ଥର ହାରିବା ପରେ ପ୍ରଦୀପ ଏବେ ନିଜ ବାପାଙ୍କ ରାଜନୀତି ରାସ୍ତାରେ ଯାଇ ବିଜୁଙ୍କୁ ଆଦର୍ଶ କରି ଶଙ୍ଖ ଧରିବେ ବୋଲି ଚର୍ଚ୍ଚା ହେଉଛି। ବିଜେଡି ପାଓ୍ବାର କରିଡରରେ ମଧ୍ୟ ଏନେଇ ମାନସ ମନ୍ଥନ ସରିଛି। ଯଦି ପ୍ରଦୀପ ବିଜେଡିରେ ମିଶି ଆଗାମୀ ନିର୍ବାଚନରେ ନବରଙ୍ଗପୁରର ନେତୃତ୍ଵ ନିଅନ୍ତି ତେବେ ନବରଙ୍ଗପୁରରେ କଂଗ୍ରେସ ରସାତଳକୁ ଯିବାଟା ଥୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’