Masthead

ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେବେ ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେବେ ପ୍ରଦୀପ କୁମାର ଜେନା । କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗରୁ ଏ ସଂପର୍କିତ ବିଜ୍ଞପ୍ତି ମଧ୍ୟ ଆଗରୁ ପ୍ରକାଶ ପାଇଛି। ପ୍ରଦୀପ ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ୍ ଡେଭଲପେଣ୍ଟ କମିଶନର ଅଫ୍ ଓଡ଼ିଶା ଦାୟିତ୍ୱରେ ନିଯୁକ୍ତ ହୋଇଛନ୍ତି ।

ଗତକାଲି ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଅବସର ନେଇଥିଲେ । ଆଜି ତାଙ୍କ ସ୍ଥାନରେ ପ୍ରଶାସନିକ ମୁଖ୍ୟ ଭାବେ କାର୍ୟ୍ୟଭାର ଗ୍ରହଣ କରିବେ ୧୯୮୯ ବ୍ୟାଚ ଆଇଏଏସ ଅଫିସର ପ୍ରଦୀପ ଜେନା । ଗତକାଲି ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ନୂଆ ମୁଖ୍ୟ ଶାସନ ସଚିବ ଉଭୟ ପ୍ରଦୀପ ଜେନା ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ଉନ୍ନୟନ କମିଶନର ଅନୁଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଫାଇବ ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ