Masthead

ବିଜେଡିରୁ ନିଲମ୍ୱିତ ହେଲେ ପ୍ରଫୁଲ ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିରୁ ନିଲମ୍ୱିତ ହେଲେ ପ୍ରଫୁଲ ମଲ୍ଲିକ । ଦଳ ବିରୋଧୀ ମନ୍ତବ୍ୟ ପାଇଁ କରାଗଲା ନିଲମ୍ୱିତ । ବିଜୁ ଜନତା ଦଳ ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ । ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ।

ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ। ପ୍ରଫୁଲ କହିଥିଲେ ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ୟ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ଏବେ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡିକୁ ଠିକ୍‌ ଭାବେ ଚଳାଇବାକୁ ପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା