Masthead

ବିଜେଡିରୁ ନିଲମ୍ୱିତ ହେଲେ ପ୍ରଫୁଲ ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିରୁ ନିଲମ୍ୱିତ ହେଲେ ପ୍ରଫୁଲ ମଲ୍ଲିକ । ଦଳ ବିରୋଧୀ ମନ୍ତବ୍ୟ ପାଇଁ କରାଗଲା ନିଲମ୍ୱିତ । ବିଜୁ ଜନତା ଦଳ ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ । ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ।

ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ। ପ୍ରଫୁଲ କହିଥିଲେ ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ୟ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ଏବେ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡିକୁ ଠିକ୍‌ ଭାବେ ଚଳାଇବାକୁ ପଡ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ