Masthead

ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡ଼ି ବିଧାୟକ ପ୍ରଫୁଲ୍ଲ ସାମଲ ଓ ପୁଅଙ୍କୁ ଇଡିର ସମନ । ଚଢ଼ାଉରେ ଟଙ୍କା ଓ କାର ଜବତ ପରେ ଇଡିରେ ହାଜର୍ ହେବାକୁ ସମନ କରିଛି। ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ଇଡିର ସମନ। ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ ଇଡି ପ୍ରଫୁଲ୍ଲ ସାମଲ ଓ ପ୍ରୟାସକାନ୍ତି ସାମଲଙ୍କୁ ଇଡି ସମନ କରିଛି।ସୂଚନା ଅନୁସାରେ ଗତ ୧୫ ତାରିଖରେ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍‌ କରିଥିଲା। ବରପଦା ଇଞ୍ଜିନିୟରିଂ କଲେଜ ମହାଦୁର୍ନୀତି ମାମଲାରେ ଜମି ଓ ଗାଡ଼ି କିଣା ବାବଦରେ ୨୦ କୋଟିରୁ ଅଧିକ ଟଙ୍କାର ଦୁର୍ନୀତି ମାମଲାରେ ଇଡ଼ି ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଏବଂ ତାଙ୍କ ପୁଅଙ୍କ ଘର ସମେତ ରାଜ୍ୟର ୧୦ଟି ସ୍ଥାନରେ ଚଢ଼ାଉ କରିଥିଲା।

ଭଦ୍ରକ ଜିଲ୍ଲାର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଇଡ଼ି ଅଧିକାରୀ ଦଳବଳ ଧରି ଛାପା ମାରିଥିଲା। ଅନ୍ୟପକ୍ଷରେ ଏହି ମାମଲାରେ ଇଡି ଗତକାଲି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ଟଙ୍କା ସହ କାର ଜବତ କରିଥିଲା। ଭୁବନେଶ୍ୱର ପଳାଶପଲ୍ଲୀ ସ୍ଥିତ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କରିଥିଲା ଇଡି। ଗୋଟେ ପଟେ ଇଡି ଜାଲରେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ ଥିବା ବେଳେ ଭଦ୍ରକ ସ୍ଥିତ ତାଙ୍କ ବାସଭବନରେ ଭେଟି ଆଲୋଚନା କରିଛନ୍ତି ଭଦ୍ରକ ବିଜେଡି ପର୍ଯ୍ୟବେକ୍ଷ ତଥା ବିଜେଡି ସାଧାରଣ ସମ୍ପାଦକ ସଞ୍ଜୟ ଦାସ ବର୍ମା । ନିର୍ବାଚନ ପୂର୍ବରୁ ରିକ୍ସ ନେବାକୁ ଚାହିଁ ନାହିଁ ଦଳ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ