Masthead

ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନିଆଯିବ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ବୈଠକ ଡକାଇଥିଲେ ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଆଗରୁ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରମିକ ମାନଙ୍କ ପାଇଁ ଦିନ୧୧ରୁ ୩ଟା ପର୍ଯ୍ୟନ୍ତ କାମ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାର ତଦାରଖ କରିବେ ଜିଲ୍ଲା ଶ୍ରମ ଅଧିକାରୀ । ଶ୍ରମିକ ମାନଙ୍କ ପାଇଁ କାମ କରୁଥିବା ସ୍ଥାନରେ ଠିକାଦାର ଆଶ୍ରୟସ୍ଥଳୀ କରିବେ । ସ୍କୁଲ ଓ ଅଙ୍ଗନୱାଡ଼ି ଏପ୍ରିଲ ୧୬ ଯାଏଁ ବନ୍ଦ ରଖାଯାଇଛି ।

ଖରା ବଢିଲେ ପରିସ୍ଥିତି ଦେଖି ପୁଣି ନିଷ୍ପତ୍ତି ନିଆଯିବ । କଲେଜରେ ପରୀକ୍ଷା ଚାଲିଛି. ସରିବା ପରେ ଖରା ଦେଖି ନିଷ୍ପତ୍ତି ନିଆଯିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୧୧ରୁ ୩ ଭିତରେ ବସ୍ ଚଳାଚଳ ରୁଟର ସମୟ ପରିବର୍ତ୍ତନ କରିବାକୁ କୁହାଯାଇଛି । ବସରେ ବରଫ, ଓଆରଏସ, ପାଣି ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ପ୍ରଶାସନ ସେହି ରୁଟ ଜଳଛତ୍ର ଖୋଲିବାକୁ କୁହାଯାଇଛି । ଗାଁରେ ନଳକୂପ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲରେ ଅଂଶୁଘାତ ରୋଗୀଙ୍କ ପାଇଁ ବେଡ଼ ଓ ମେଡିକାଲ ବ୍ୟବସ୍ଥା କରାଯାଇଛି । ରୋଗୀ ଆସିଲେ ତୁରନ୍ତ ଚିକିତ୍ସା ପାଇବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ