Masthead

କଟକ ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ

କଟକ(ବଡ଼ ଖବର ବ୍ୟୁରୋ): କଟକ ଏସସିବିରୁ ଡିସଚାର୍ଜ ହେଲେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ୧୧ ଦିନ ପରେ ଏସସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ । ମେ ୨୯ରେ ଅସୁସ୍ଥ ହୋଇ ମେଡିସିନ୍ ବିଭାଗରେ ଭର୍ତ୍ତି ହୋଇଥିଲେ ।ଇଭିଏମ୍ ଭଙ୍ଗାରୁଜା କରିଥିବା ଅଭିଯୋଗରେ ଗତ ମେ’ ୨୫ ତାରିଖ ବିଳମ୍ବିତ ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା। କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ଖୋର୍ଦ୍ଧା ଜେଲ୍‌କୁ ପଠାଇ ଦିଆଯାଇଥିଲା।

ଜେଲ୍‌ରେ ଥିବା ବେଳେ ମେ’ ୨୮ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ ପ୍ରଶାନ୍ତ ଜଗଦ୍ଦେବ। ତେଣୁ ମେ’ ୨୯ ତାରିଖ ଭୋରରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାର ମେଡିସିନ୍ ବିଭାଗର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କ ବ୍ଲଡ୍ ପ୍ରେସର ଓ ସୁଗାର ସ୍ତର ବଢ଼ି ଯାଇଥିଲା ଗତ ଶୁକ୍ରବାର କୋର୍ଟ ତାଙ୍କୁ ୩ ଦିନିଆ ଜାମିନ୍ ପ୍ରଦାନ କରିଥିଲେ । ଆଜିଠୁ ୩ ଦିନ ଜାମିନ୍‌ରେ ରହିବେ ପ୍ରଶାନ୍ତ ଜଗଦ୍ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର