କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦେବ । ଆଗୁଆ ଜାମିନ ପାଇଁ ହାଇକୋର୍ଟ ଯାଇଥିଲେ ବିଧାୟକ । କିନ୍ତୁ ଆଗୁଆ ବେଲ୍ ମିଳିବ ନାହିଁ । ତେବେ ଜାମିନ ପାଇଁ ବିଧାୟକ ନିମ୍ନ ଅଦାଲତରେ ଆବେଦନ କରିପାରିବେ । ଏବଂ ଆତ୍ମସମର୍ପଣପରେ ନିମ୍ନ ଅଦାଲତ ରାୟ ଶୁଣାଇବେ । ପୋଲିସ ଓ ଅଭିଯୋଗକାରୀ ଶୁଣାଣି ସମୟରେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବାଲୁଗାଁର ବିଜେପି ନଗର ମଣ୍ଡଳ ସଭାପତିଙ୍କୁ ବିଚ ରାସ୍ତାରେ ମାଡ଼ ମାରି ବିବାଦକୁ ଆସିଥିଲେ ପ୍ରଶାନ୍ତ ।

ଏନେଇ ବାଲୁଗାଁ ଥାନାରେ ମାମଲା ମଧ୍ୟ ରୁଜୁ ହୋଇଥିଲା । ଏହା ପରଠାରୁ ଫେରାର ଥିଲେ ପ୍ରଶାନ୍ତ । ପ୍ରଶାନ୍ତଙ୍କ ନାଁରେ ବାରମ୍ବାର ଗୁଣ୍ଡାଗିରିର ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲା ବିଜେଡି । ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା । ତେବେ ଫେରାର ଥିବା ପ୍ରଶାନ୍ତ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଅବେଦନ କରିଥିଲେ । ଯାହାକୁ କୋର୍ଟ ଖାରଜ କରିଦେବା ସହ ନିମ୍ନକୋର୍ଟରେ ହାଜର ହୋଇ ଜାମିନ ଅବେଦନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’